ଉପଦେଶକ 7 : 1 (ORV)
ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ ।
ଉପଦେଶକ 7 : 2 (ORV)
ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ ।
ଉପଦେଶକ 7 : 3 (ORV)
ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ଵାରା ହୃଦୟ ପ୍ରସନ୍ନ ହୁଏ ।
ଉପଦେଶକ 7 : 4 (ORV)
ଜ୍ଞାନୀମାନଙ୍କ ହୃଦୟ ବିଳାପ-ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ-ଗୃହରେ ଥାଏ ।
ଉପଦେଶକ 7 : 5 (ORV)
ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା ଜ୍ଞାନୀ-ମାନଙ୍କର ଭର୍ତ୍ସନା ଶୁଣିବାର ଭଲ ।
ଉପଦେଶକ 7 : 6 (ORV)
କାରଣ ହାଣ୍ତି ତଳେ କଣ୍ଟାର ଚଡ଼ଚଡ଼ ଶଦ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର ।
ଉପଦେଶକ 7 : 7 (ORV)
ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ ।
ଉପଦେଶକ 7 : 8 (ORV)
କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ ।
ଉପଦେଶକ 7 : 9 (ORV)
କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ ।
ଉପଦେଶକ 7 : 10 (ORV)
ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ ।
ଉପଦେଶକ 7 : 11 (ORV)
ଜ୍ଞାନ ପୈତୃକ ଅଧିକାରର ତୁଲ୍ୟ ଉତ୍ତମ; ଆହୁରି, ସୂର୍ଯ୍ୟଦର୍ଶୀ ଲୋକମାନଙ୍କ ପ୍ରତି ତାହା ଅଧିକ ଶ୍ରେଷ୍ଠ ।
ଉପଦେଶକ 7 : 12 (ORV)
କାରଣ ଧନ ଯେପରି ଆଶ୍ରୟ ସ୍ଵରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ଵରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ ।
ଉପଦେଶକ 7 : 13 (ORV)
ପରମେଶ୍ଵରଙ୍କର କାର୍ଯ୍ୟ ବିବେଚନା କର; କାରଣ ସେ ଯାହା ବଙ୍କା କରିଅଛନ୍ତି, କିଏ ତାହା ସଳଖ କରି ପାରେ?
ଉପଦେଶକ 7 : 14 (ORV)
ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ଵର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି ।
ଉପଦେଶକ 7 : 15 (ORV)
ମୁଁ ଆପଣା ଅସାରତା ସମୟରେ ଏସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ ।
ଉପଦେଶକ 7 : 16 (ORV)
ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ?
ଉପଦେଶକ 7 : 17 (ORV)
ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?
ଉପଦେଶକ 7 : 18 (ORV)
ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ଵରଙ୍କୁ ଭୟ କରେ, ସେ ଏସବୁରୁ ଉତ୍ତୀର୍ଣ୍ଣ ହେବ ।
ଉପଦେଶକ 7 : 19 (ORV)
ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ଵରୂପ ଅଟେ ।
ଉପଦେଶକ 7 : 20 (ORV)
ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ ।
ଉପଦେଶକ 7 : 21 (ORV)
ମଧ୍ୟ ଯେତେ କଥା କୁହାଯାଏ, ସେସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଶାପ ଦେବାର ତୁମ୍ଭେ ଶୁଣିବ;
ଉପଦେଶକ 7 : 22 (ORV)
କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ଵାର ଶାପ ଦେଇଅଛ ।
ଉପଦେଶକ 7 : 23 (ORV)
ମୁଁ ଜ୍ଞାନ ଦ୍ଵାରା ଏହିସବୁ ପରୀକ୍ଷା କରିଅଛି; ମୁଁ କହିଲି, ମୁଁ ଜ୍ଞାନୀ ହେବି; ମାତ୍ର ତାହା ମୋʼଠାରୁ ଦୂର ଥିଲା ।
ଉପଦେଶକ 7 : 24 (ORV)
ଯାହା ଅଛି, ତାହା ଦୂରରେ ଅଛି ଓ ଅତି ଗଭୀର; ତାହା କିଏ ପାଇ ପାରେ?
ଉପଦେଶକ 7 : 25 (ORV)
ଜ୍ଞାନ ଓ ବିଷୟମାନର ତତ୍ତ୍ଵ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ବାତୁଳତା, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲାନ୍ତ
ଉପଦେଶକ 7 : 26 (ORV)
ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ଵରୂପ ଓ ହସ୍ତ ବନ୍ଧନ ସ୍ଵରୂପ, ସେ ମୃତ୍ୟୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ଵରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ଵାରା ଧରାଯିବ ।
ଉପଦେଶକ 7 : 27 (ORV)
ଉପଦେଶକ କହନ୍ତି, ଦେଖ, ମୁଁ ତତ୍ତ୍ଵ ଜାଣିବା ପାଇଁ ଏକ ବିଷୟକୁ ଆରେକ ସଙ୍ଗେ ରଖି ଏହା ପାଇଅଛି;
ଉପଦେଶକ 7 : 28 (ORV)
ମୋହର ପ୍ରାଣ ଅଦ୍ୟାପି ଅନୁସନ୍ଧାନ କରୁଥାଏ, ମାତ୍ର ମୁଁ ତାହା ପାଇ ନାହିଁ; ସହସ୍ର ମଧ୍ୟରେ ମୁଁ ଏକ ପୁରୁଷ ପାଇଅଛି; ମାତ୍ର ସେସମସ୍ତଙ୍କ ମଧ୍ୟରେ ମୁଁ ଏକ ସ୍ତ୍ରୀ ପାଇ ନାହିଁ ।
ଉପଦେଶକ 7 : 29 (ORV)
ଦେଖ, ମୁଁ ଏତିକି ମାତ୍ର ପାଇଅଛି ଯେ, ପରମେଶ୍ଵର ମନୁଷ୍ୟକୁ ସରଳ କରି ନିର୍ମାଣ କଲେ; ମାତ୍ର ସେମାନେ ଅନେକ ଉଦ୍ଭାବନ ଅନ୍ଵେଷଣ କରିଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: