ଉପଦେଶକ 8 : 1 (ORV)
ଜ୍ଞାନବାନର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ ।
ଉପଦେଶକ 8 : 2 (ORV)
ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ଵରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର ।
ଉପଦେଶକ 8 : 3 (ORV)
ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟରେ ଆଣ୍ଟ ବାନ୍ଧ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି ।
ଉପଦେଶକ 8 : 4 (ORV)
ଯେହେତୁ ରାଜବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?
ଉପଦେଶକ 8 : 5 (ORV)
ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;
ଉପଦେଶକ 8 : 6 (ORV)
କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛିନ୍ତ ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;
ଉପଦେଶକ 8 : 7 (ORV)
କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
ଉପଦେଶକ 8 : 8 (ORV)
ଶ୍ଵାସବାୟୁ ଅଟକାଇ ରଖିବା ପାଇଁ ଶ୍ଵାସବାୟୁ ଉପରେ କୌଣସି ମନୁଷ୍ୟର କ୍ଷମତା ନାହିଁ କିଅବା ମରଣ ଦିନ ଉପରେ ତାହାର କିଛି କ୍ଷମତା ନାହିଁ ପୁଣି, ସେହି ଯୁଦ୍ଧରୁ ଛାଡ଼ ନାହିଁ; ଅଥବା ଦୁଷ୍ଟତାରେ ଆସକ୍ତ ଲୋକକୁ ଦୁଷ୍ଟତା ଉଦ୍ଧାର କରିବ ନାହିଁ ।
ଉପଦେଶକ 8 : 9 (ORV)
ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ ।
ଉପଦେଶକ 8 : 10 (ORV)
ଆହୁରି, ଦୁଷ୍ଟମାନେ କବରପ୍ରାପ୍ତ ହୋଇ ପରଲୋକରେ ଉପସ୍ଥିତ ହେଲେ; ପୁଣି, ଯଥାର୍ଥ କର୍ମକାରୀ-ମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି ।
ଉପଦେଶକ 8 : 11 (ORV)
କୁକର୍ମ ବିରୁଦ୍ଧରେ ଦଣ୍ତାଜ୍ଞା ତ୍ଵରିତ ସିଦ୍ଧ ନୋହିବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ ।
ଉପଦେଶକ 8 : 12 (ORV)
ଯଦ୍ୟପି ପାପୀ ଶତବାର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ଵରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
ଉପଦେଶକ 8 : 13 (ORV)
ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ଵରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ଵରଙ୍କ ଛାମୁରେ ଭୀତ ନୁହେଁ ।
ଉପଦେଶକ 8 : 14 (ORV)
ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକ-ମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର ।
ଉପଦେଶକ 8 : 15 (ORV)
ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ଵରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେ ଯେ ପରିଶ୍ରମ କରେ, ସେସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ ।
ଉପଦେଶକ 8 : 16 (ORV)
ଯେତେବେଳେ ମୁଁ ଜ୍ଞାନର ତତ୍ତ୍ଵ ଜାଣିବାକୁ ଓ ପୃଥିବୀରେ କୃତକାର୍ଯ୍ୟ ଦେଖିବାକୁ ମନୋଯୋଗ କଲି; (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ନ ଦେଖେ,ଏପରି ଲୋକ ମଧ୍ୟ ଅଛି);
ଉପଦେଶକ 8 : 17 (ORV)
ସେତେବେଳେ ମୁଁ ପରମେଶ୍ଵରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ଵ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ଵ ପାଇବାକୁ ସମର୍ଥ ହେବ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17