ଉପଦେଶକ 9 : 1 (ORV)
ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ଵରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ ।
ଉପଦେଶକ 9 : 2 (ORV)
ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟଇ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟନା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି ।
ଉପଦେଶକ 9 : 3 (ORV)
ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟନା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବାଯାଏ ସେମାନଙ୍କ ହୃଦୟରେ ଉନ୍ମତ୍ତତା ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି ।
ଉପଦେଶକ 9 : 4 (ORV)
କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ ।
ଉପଦେଶକ 9 : 5 (ORV)
ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାʼନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ ।
ଉପଦେଶକ 9 : 6 (ORV)
ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନ; କାଳ ସେମାନଙ୍କର କୌଣସି ଅଂଶ ନ ଥାଏ ।
ଉପଦେଶକ 9 : 7 (ORV)
ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କରନ୍ତ କାରଣ ପରମେଶ୍ଵର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି ।
ଉପଦେଶକ 9 : 8 (ORV)
ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ ।
ଉପଦେଶକ 9 : 9 (ORV)
ସୂର୍ଯ୍ୟ ତଳେ ସେ ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ ।
ଉପଦେଶକ 9 : 10 (ORV)
ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ ।
ଉପଦେଶକ 9 : 11 (ORV)
ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୂତଗାମୀ-ମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ତିତମାନଙ୍କୁ ଅନୁଗ୍ରହ ଲବ୍ଧ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଦୈବଘଟନା ଘଟେ ।
ଉପଦେଶକ 9 : 12 (ORV)
କାରଣ ମନୁଷ୍ୟ ମଧ୍ୟ ଆପଣା ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାʼନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି ।
ଉପଦେଶକ 9 : 13 (ORV)
ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋʼ ଦୃଷ୍ଟିରେ ମହତ୍ ବୋଧ ହେଲା; ଯଥା-
ଉପଦେଶକ 9 : 14 (ORV)
ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜ ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତହିଁ ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା ।
ଉପଦେଶକ 9 : 15 (ORV)
ଏପରି ସମୟରେ ତହିଁ ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ଵାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ ।
ଉପଦେଶକ 9 : 16 (ORV)
ତେବେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ ।
ଉପଦେଶକ 9 : 17 (ORV)
ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ନିରୋଳାରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ ।
ଉପଦେଶକ 9 : 18 (ORV)
ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ ।

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: