ପରମଗୀତ 6 : 1 (ORV)
ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜିପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁ ଦିଗ ଧରିଅଛନ୍ତି?
ପରମଗୀତ 6 : 2 (ORV)
ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକି, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ ଶୋଶନ୍ ପୁଷ୍ପ ସଂଗ୍ରହ କରିବାକୁ ଯାଇଅଛନ୍ତି ।
ପରମଗୀତ 6 : 3 (ORV)
ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ ଶୋଶନ୍ ପୁଷ୍ପ ବନରେ ଆପଣା ପଲ ଚରାନ୍ତି ।
ପରମଗୀତ 6 : 4 (ORV)
ଆଗୋ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ଵଜାଧାରୀ ସୈନ୍ୟ ପରି ଭୟଙ୍କରୀ ।
ପରମଗୀତ 6 : 5 (ORV)
ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ଵାରା ମୁଁ ପରାସ୍ତ ହୋଇଅଛି । ତୁମ୍ଭର କ୍ଳେଶ ଗିଲିୟଦ ପାର୍ଶ୍ଵରେ ଆରାମକାରୀ ଛେଳିପଲ ତୁଲ୍ୟ ।
ପରମଗୀତ 6 : 6 (ORV)
ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଅାଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ ।
ପରମଗୀତ 6 : 7 (ORV)
ତୁମ୍ଭ ଘୁମୁଟା ତଳେ ତୁମ୍ଭ ଗଣ୍ତଦେଶ ଡାଳିମ୍ଵଖଣ୍ତ ସଦୃଶ ।
ପରମଗୀତ 6 : 8 (ORV)
ଷାଠିଏ ରାଣୀ ଓ ଅଶୀ ଉପପନିୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି ।
ପରମଗୀତ 6 : 9 (ORV)
ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ଵିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା । କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପନିୀଗଣ ତାହାକୁ ପ୍ରଶଂସା କଲେ ।
ପରମଗୀତ 6 : 10 (ORV)
ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ଵଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ?
ପରମଗୀତ 6 : 11 (ORV)
ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ଵ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି ।
ପରମଗୀତ 6 : 12 (ORV)
ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା ।
ପରମଗୀତ 6 : 13 (ORV)
ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର ।

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: