ପରମଗୀତ 8 : 1 (ORV)
ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି । ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟ ପାନ କରିଅଛି, ଏପରି ମୋʼ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତଣ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ଵନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ ।
ପରମଗୀତ 8 : 2 (ORV)
ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମୋହର ଡାଳିମ୍ଵରସ ପାନ କରାନ୍ତି ।
ପରମଗୀତ 8 : 3 (ORV)
ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ ଓ ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରିବ ।
ପରମଗୀତ 8 : 4 (ORV)
ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ ।
ପରମଗୀତ 8 : 5 (ORV)
ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ?ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ ।
ପରମଗୀତ 8 : 6 (ORV)
ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁ ପରି ବଳବାନ; ଅନ୍ତର୍ଜ୍ଵାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା ।
ପରମଗୀତ 8 : 7 (ORV)
ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯେବେ କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ଵ ଦେବ, ତେବେ ସେ ଲୋକ ନିତା; ତୁଚ୍ଛୀକୃତ ହେବ ।
ପରମଗୀତ 8 : 8 (ORV)
ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, ତାହାର ସ୍ତନ ହୋଇ ନାହିଁ; ଲୋକେ ଆମ୍ଭମାନଙ୍କ ଭଗିନୀକି ମାଗିବା ଦିନରେ ଆମ୍ଭେମାନେ ତାହା ପାଇଁ କଅଣ କରିବା?
ପରମଗୀତ 8 : 9 (ORV)
ଯେବେ ସେ ପ୍ରାଚୀର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯେବେ ସେ ଦ୍ଵାର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା ।
ପରମଗୀତ 8 : 10 (ORV)
ମୁଁ ପ୍ରାଚୀର ସ୍ଵରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ଵରୂପ; ସେସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି ।
ପରମଗୀତ 8 : 11 (ORV)
ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା ।
ପରମଗୀତ 8 : 12 (ORV)
ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ ।
ପରମଗୀତ 8 : 13 (ORV)
ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ ।
ପରମଗୀତ 8 : 14 (ORV)
ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ ।

1 2 3 4 5 6 7 8 9 10 11 12 13 14

BG:

Opacity:

Color:


Size:


Font: