ଯିଶାଇୟ 1 : 1 (ORV)
ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ଅଧିକାର ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ ।
ଯିଶାଇୟ 1 : 2 (ORV)
ହେ ଆକାଶମଣ୍ତଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତିନ୍ତ ଆମ୍ଭେ ସନ୍ତାନ-ଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି ।
ଯିଶାଇୟ 1 : 3 (ORV)
ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ତକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ ।
ଯିଶାଇୟ 1 : 4 (ORV)
ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ଵରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି ।
ଯିଶାଇୟ 1 : 5 (ORV)
ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି ।
ଯିଶାଇୟ 1 : 6 (ORV)
ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ଵାସ୍ଥ୍ୟ ନାହିଁ; କେବଳ କ୍ଷତ ଓ ଦାଗ ଓ ପୂଜପୂର୍ଣ୍ଣ ଘା; ସେସବୁ ଟିପା କି ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ଵାରା କୋମଳ କରାଯାଇ ନାହିଁ ।
ଯିଶାଇୟ 1 : 7 (ORV)
ତୁମ୍ଭମାନଙ୍କର ଦେଶ ଧ୍ଵଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀ-ମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ଵାରା ବିନଷ୍ଟ ହେବା ତୁଲ୍ୟ ଧ୍ଵଂସସ୍ଥାନ ହୋଇଅଛି ।
ଯିଶାଇୟ 1 : 8 (ORV)
ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି ।
ଯିଶାଇୟ 1 : 9 (ORV)
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ ।
ଯିଶାଇୟ 1 : 10 (ORV)
ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର ।
ଯିଶାଇୟ 1 : 11 (ORV)
ସଦାପ୍ରଭୁ କହନ୍ତି, ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କି ମେଷ କି ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ ।
ଯିଶାଇୟ 1 : 12 (ORV)
ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?
ଯିଶାଇୟ 1 : 13 (ORV)
ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା- ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ ।
ଯିଶାଇୟ 1 : 14 (ORV)
ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଳେଶକର; ଆମ୍ଭେ ସେସବୁ ବହିବାକୁ କ୍ଳା; ହୋଇଅଛୁ ।
ଯିଶାଇୟ 1 : 15 (ORV)
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ । ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ ।
ଯିଶାଇୟ 1 : 16 (ORV)
ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
ଯିଶାଇୟ 1 : 17 (ORV)
ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର ।
ଯିଶାଇୟ 1 : 18 (ORV)
ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ ।
ଯିଶାଇୟ 1 : 19 (ORV)
ଯେବେ ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ ।
ଯିଶାଇୟ 1 : 20 (ORV)
ମାତ୍ର ଯେବେ ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ଼୍‍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି ।
ଯିଶାଇୟ 1 : 21 (ORV)
ସତୀ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା । ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି ।
ଯିଶାଇୟ 1 : 22 (ORV)
ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି ।
ଯିଶାଇୟ 1 : 23 (ORV)
ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି⇧; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ ।
ଯିଶାଇୟ 1 : 24 (ORV)
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଆଃ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବାନ୍ତ
ଯିଶାଇୟ 1 : 25 (ORV)
ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
ଯିଶାଇୟ 1 : 26 (ORV)
ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ସତୀ ନଗରୀ ବୋଲି ବିଖ୍ୟାତ ହେବ ।
ଯିଶାଇୟ 1 : 27 (ORV)
ସିୟୋନ ନ୍ୟାୟବିଚାର ଦ୍ଵାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ଵାରା ମୁକ୍ତି ପାଇବେ ।
ଯିଶାଇୟ 1 : 28 (ORV)
ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ ।
ଯିଶାଇୟ 1 : 29 (ORV)
କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ ।
ଯିଶାଇୟ 1 : 30 (ORV)
ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ ।
ଯିଶାଇୟ 1 : 31 (ORV)
ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ଵଳିବ ଓ କେହି ତାହା ନିଭାଇବ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: