ଯିଶାଇୟ 12 : 1 (ORV)
ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ ।
ଯିଶାଇୟ 12 : 2 (ORV)
ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି ।
ଯିଶାଇୟ 12 : 3 (ORV)
ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ ।
ଯିଶାଇୟ 12 : 4 (ORV)
ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର⇧।
ଯିଶାଇୟ 12 : 5 (ORV)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ ।
ଯିଶାଇୟ 12 : 6 (ORV)
ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି ।

1 2 3 4 5 6

BG:

Opacity:

Color:


Size:


Font: