ଯିଶାଇୟ 22 : 1 (ORV)
ଦର୍ଶନ ଉପତ୍ୟକା ବିଷୟକ ଭାରୋକ୍ତି । ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?
ଯିଶାଇୟ 22 : 2 (ORV)
ହେ ଆନନ୍ଦ ଧ୍ଵନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ଼୍‍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି ।
ଯିଶାଇୟ 22 : 3 (ORV)
ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ଵାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ ।
ଯିଶାଇୟ 22 : 4 (ORV)
ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ ।
ଯିଶାଇୟ 22 : 5 (ORV)
କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର ଓ ଦଳନର ଓ ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି ।
ଯିଶାଇୟ 22 : 6 (ORV)
ପୁଣି, ଏଲମ ରଥାରୋହୀ ଓ ଅଶ୍ଵାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍ ଢାଲ ଅନାବୃତ କଲା ।
ଯିଶାଇୟ 22 : 7 (ORV)
ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ଵାରୋହୀମାନେ ନଗର-ଦ୍ଵାରରେ ସସଜ୍ଜ ହୋଇଥିଲେ ।
ଯିଶାଇୟ 22 : 8 (ORV)
ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ ।
ଯିଶାଇୟ 22 : 9 (ORV)
ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ ।
ଯିଶାଇୟ 22 : 10 (ORV)
ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ ।
ଯିଶାଇୟ 22 : 11 (ORV)
ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ ।
ଯିଶାଇୟ 22 : 12 (ORV)
ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ତନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
ଯିଶାଇୟ 22 : 13 (ORV)
ମାତ୍ର ଦେଖ, ଆମୋଦପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା ।
ଯିଶାଇୟ 22 : 14 (ORV)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ଵୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ନୋହିବ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି ।
ଯିଶାଇୟ 22 : 15 (ORV)
ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶୀବ୍ନ ନିକଟକୁ ଯାଇ କୁହ,
ଯିଶାଇୟ 22 : 16 (ORV)
ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!
ଯିଶାଇୟ 22 : 17 (ORV)
ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ ।
ଯିଶାଇୟ 22 : 18 (ORV)
ନିଶ୍ଚୟ ସେ ପେଣ୍ତୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ଵରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ଵରୂପ ।
ଯିଶାଇୟ 22 : 19 (ORV)
ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ ।
ଯିଶାଇୟ 22 : 20 (ORV)
ଆଉ, ସେଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲୀୟାକୀମ୍କୁ ଡାକିବା;
ଯିଶାଇୟ 22 : 21 (ORV)
ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ଵାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ ।
ଯିଶାଇୟ 22 : 22 (ORV)
ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ ।
ଯିଶାଇୟ 22 : 23 (ORV)
ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ଵରୂପ ହେବ ।
ଯିଶାଇୟ 22 : 24 (ORV)
ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ ।
ଯିଶାଇୟ 22 : 25 (ORV)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ; କାରଣ ସଦାପ୍ରଭୁ ଏହା କହିଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: