ଯିଶାଇୟ 26 : 1 (ORV)
ସେଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ଵରୂପ କରିବେ ।
ଯିଶାଇୟ 26 : 2 (ORV)
ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ଵାରସବୁ ମୁକ୍ତ କର ।
ଯିଶାଇୟ 26 : 3 (ORV)
ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ ।
ଯିଶାଇୟ 26 : 4 (ORV)
ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତ-କାଳସ୍ଥାୟୀ ଶୈଳ ଅଛି ।
ଯିଶାଇୟ 26 : 5 (ORV)
ପୁଣି, ସେ ଊର୍ଦ୍ଧ୍ଵସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି ।
ଯିଶାଇୟ 26 : 6 (ORV)
ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କର ପାଦବିକ୍ଷେପ ତାହା ଦଳିତ କରିବ ।
ଯିଶାଇୟ 26 : 7 (ORV)
ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ ।
ଯିଶାଇୟ 26 : 8 (ORV)
ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି ।
ଯିଶାଇୟ 26 : 9 (ORV)
ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ଵେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି ।
ଯିଶାଇୟ 26 : 10 (ORV)
ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ ।
ଯିଶାଇୟ 26 : 11 (ORV)
ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ ।
ଯିଶାଇୟ 26 : 12 (ORV)
ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ ।
ଯିଶାଇୟ 26 : 13 (ORV)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ଵ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ଵାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା ।
ଯିଶାଇୟ 26 : 14 (ORV)
ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ ।
ଯିଶାଇୟ 26 : 15 (ORV)
ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୋ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ଵିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ ।
ଯିଶାଇୟ 26 : 16 (ORV)
ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ଵେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ ।
ଯିଶାଇୟ 26 : 17 (ORV)
ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ ।
ଯିଶାଇୟ 26 : 18 (ORV)
ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି ।
ଯିଶାଇୟ 26 : 19 (ORV)
ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ । ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ ।
ଯିଶାଇୟ 26 : 20 (ORV)
ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ଵାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ ।
ଯିଶାଇୟ 26 : 21 (ORV)
କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀ-ମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତିନ୍ତ ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: