ଯିଶାଇୟ 28 : 1 (ORV)
ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ଵରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!
ଯିଶାଇୟ 28 : 2 (ORV)
ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ଵାରା ଭୂମିରେ ନିକ୍ଷେପ କରିବ ।
ଯିଶାଇୟ 28 : 3 (ORV)
ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
ଯିଶାଇୟ 28 : 4 (ORV)
ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବାମାତ୍ର ଗ୍ରାସ କରେ ।
ଯିଶାଇୟ 28 : 5 (ORV)
ସେଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ଵରୂପ ହେବେ;
ଯିଶାଇୟ 28 : 6 (ORV)
ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ଵାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ଵରୂପ ହେବେ ।
ଯିଶାଇୟ 28 : 7 (ORV)
ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ଵାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ଵାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ଵାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି ।
ଯିଶାଇୟ 28 : 8 (ORV)
କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ ।
ଯିଶାଇୟ 28 : 9 (ORV)
ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?
ଯିଶାଇୟ 28 : 10 (ORV)
କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ।
ଯିଶାଇୟ 28 : 11 (ORV)
ନା, ମାତ୍ର ସେ ବିଦେଶୀୟ ଓଷ୍ଠାଧର ଓ ପରଭାଷା ଦ୍ଵାରା ଏହି ଲୋକମାନଙ୍କୁ କଥା କହିବେ;
ଯିଶାଇୟ 28 : 12 (ORV)
ସେ ସେମାନଙ୍କୁ କହିଲେ, ଏହି ବିଶ୍ରାମ, ତୁମ୍ଭେମାନେ କ୍ଳା; ଲୋକମାନଙ୍କୁ ବିଶ୍ରାମ ଦିଅ; ପୁଣି ଏହି ତ ଆରାମ; ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ ।
ଯିଶାଇୟ 28 : 13 (ORV)
ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍ ପଡ଼ି ଭଗ୍ନ ହେବେ ଓ ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ ।
ଯିଶାଇୟ 28 : 14 (ORV)
ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
ଯିଶାଇୟ 28 : 15 (ORV)
ତୁମ୍ଭେମାନେ କହିଅଛ, ଆମ୍ଭେମାନେ ମୃତ୍ୟୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ;
ଯିଶାଇୟ 28 : 16 (ORV)
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ଵରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ଵାସ କରେ, ସେ ଚଞ୍ଚଳ ହେବ ନାହିଁ ।
ଯିଶାଇୟ 28 : 17 (ORV)
ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ ।
ଯିଶାଇୟ 28 : 18 (ORV)
ପୁଣି, ମୃତ୍ୟୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ଵାରା ଦଳିତ ହେବ ।
ଯିଶାଇୟ 28 : 19 (ORV)
ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ ।
ଯିଶାଇୟ 28 : 20 (ORV)
କାରଣ, ଆପଣାକୁ ଲମ୍ଵାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର ।
ଯିଶାଇୟ 28 : 21 (ORV)
ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେପରି ଉଠିବେ, ଯେପରି ଗିବୀୟୋନର ତଳଭୂମିରେ, ସେପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ ⇧।
ଯିଶାଇୟ 28 : 22 (ORV)
ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ ।
ଯିଶାଇୟ 28 : 23 (ORV)
ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର ।
ଯିଶାଇୟ 28 : 24 (ORV)
କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶୀଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?
ଯିଶାଇୟ 28 : 25 (ORV)
ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚିଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?
ଯିଶାଇୟ 28 : 26 (ORV)
କାରଣ, ତାହାର ପରମେଶ୍ଵର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି ।
ଯିଶାଇୟ 28 : 27 (ORV)
ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ତରେ ପିଟାଯାଏ ।
ଯିଶାଇୟ 28 : 28 (ORV)
ରୁଟୀର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ଵଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ ।
ଯିଶାଇୟ 28 : 29 (ORV)
ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29