ଯିଶାଇୟ 29 : 1 (ORV)
ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି-ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ;
ଯିଶାଇୟ 29 : 2 (ORV)
ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ ।
ଯିଶାଇୟ 29 : 3 (ORV)
ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା ।
ଯିଶାଇୟ 29 : 4 (ORV)
ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ଵରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍ଫୁସ୍ ଶଦ୍ଦ ଉଠିବ ।
ଯିଶାଇୟ 29 : 5 (ORV)
ମାତ୍ର ତୁମ୍ଭ ଶତ୍ରୁଗଣର ଲୋକାରଣ୍ୟ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକାରଣ୍ୟ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍ ଏହା ଘଟିବ ।
ଯିଶାଇୟ 29 : 6 (ORV)
ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜନ ଓ ଭୂମିକମ୍ପ ଓ ମହାଶଦ୍ଦ, ଘୂର୍ଣ୍ଣିବାୟୁ ଓ ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ଵ ନେବେ ।
ଯିଶାଇୟ 29 : 7 (ORV)
ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକାରଣ୍ୟ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ଵପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ ।
ଯିଶାଇୟ 29 : 8 (ORV)
ଆଉ, ଯେପରି କ୍ଷୁଧିତ ଲୋକ ସ୍ଵପ୍ନରେ ଭୋଜନ କରୁଅଛି ବୋଲି ଦେଖେ, ମାତ୍ର ଜାଗ୍ରତ ହେଲେ, ତାହାର ପ୍ରାଣ ଶୂନ୍ୟ ଥାଏ; ଅବା ଯେପରି ତୃଷିତ ଲୋକ ଜଳ ପାନ କରୁଅଛି ବୋଲି ସ୍ଵପ୍ନରେ ଦେଖେ, ମାତ୍ର ଜାଗ୍ରତ ହେଲେ ଦେଖ, ସେ ଦୁର୍ବଳ ଥାଏ ଓ ତାହାର ପ୍ରାଣ ତୃଷିତ ଥାଏ, ସିୟୋନ ପର୍ବତର ପ୍ରତିକୂଳରେ ଯୁଦ୍ଧକାରୀ ସର୍ବଗୋଷ୍ଠୀୟ ଲୋକାରଣ୍ୟ ସେପରି ହେବେ ।
ଯିଶାଇୟ 29 : 9 (ORV)
ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ ।
ଯିଶାଇୟ 29 : 10 (ORV)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ଵରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି ⇧।
ଯିଶାଇୟ 29 : 11 (ORV)
ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି ଏହା ପାଠ କର କହିଲେ, ସେ କହେ, ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ;
ଯିଶାଇୟ 29 : 12 (ORV)
ଆଉ, ସେହି ପୁସ୍ତକ ଅଶିକ୍ଷିତ ଲୋକକୁ ଦେଇ, ଅନୁଗ୍ରହ କରି ଏହା ପାଠ କର କହିଲେ, ସେ କହେ, ମୁଁ ଶିକ୍ଷିତ ଲୋକ ନୁହେଁ ।
ଯିଶାଇୟ 29 : 13 (ORV)
ଆହୁରି, ପ୍ରଭୁ କହିଲେ, ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ ।
ଯିଶାଇୟ 29 : 14 (ORV)
ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ ।
ଯିଶାଇୟ 29 : 15 (ORV)
ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ରଣ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?
ଯିଶାଇୟ 29 : 16 (ORV)
ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ, ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ଵା ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?
ଯିଶାଇୟ 29 : 17 (ORV)
ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ୍ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ନୋହିବ?
ଯିଶାଇୟ 29 : 18 (ORV)
ପୁଣି, ସେହି ଦିନରେ ବଧିର ପୁସ୍ତକର ବାକ୍ୟ ଶୁଣିବ, ପୁଣି ତିମିର ଓ ଅନ୍ଧକାର ମଧ୍ୟରୁ ଅନ୍ଧର ଚକ୍ଷୁ ଦେଖିବ ।
ଯିଶାଇୟ 29 : 19 (ORV)
ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ଵରୂପଙ୍କଠାରେ ଉଲ୍ଲାସ କରିବେ।
ଯିଶାଇୟ 29 : 20 (ORV)
କାରଣ ଭୟଙ୍କର ଲୋକ ଅକିଞ୍ଚନ ହୋଇଅଛି, ନିନ୍ଦକ ନିବୃତ୍ତ ହେଉଅଛି ଓ ଯେଉଁମାନେ ଅଧର୍ମ ପାଇଁ ଜଗି ରହନ୍ତି, ସେସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି;
ଯିଶାଇୟ 29 : 21 (ORV)
ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ଵାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି ।
ଯିଶାଇୟ 29 : 22 (ORV)
ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ନୋହିବ ।
ଯିଶାଇୟ 29 : 23 (ORV)
ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ଵରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ଵରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ଵରଙ୍କୁ ସମ୍ଭ୍ରମ କରିବେ ।
ଯିଶାଇୟ 29 : 24 (ORV)
ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ଵ-କଥା ଶିଖିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: