ଯିଶାଇୟ 33 : 1 (ORV)
ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା ନ କଲେ ହେଁ ବିଶ୍ଵାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ⇧ ଓ ବିଶ୍ଵାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା କରିବେ ।
ଯିଶାଇୟ 33 : 2 (ORV)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ଵରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ତ୍ରାଣ ସ୍ଵରୂପ ହୁଅ ।
ଯିଶାଇୟ 33 : 3 (ORV)
କୋଳାହଳର ଶଦ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ ।
ଯିଶାଇୟ 33 : 4 (ORV)
ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେପରି ତୁମ୍ଭମାନଙ୍କର ଲୁଟ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ ।
ଯିଶାଇୟ 33 : 5 (ORV)
ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ଵଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି ।
ଯିଶାଇୟ 33 : 6 (ORV)
ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ତାର ।
ଯିଶାଇୟ 33 : 7 (ORV)
ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ଵେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି ।
ଯିଶାଇୟ 33 : 8 (ORV)
ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ ।
ଯିଶାଇୟ 33 : 9 (ORV)
ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ୍ ଓ କର୍ମିଲ୍ ପତ୍ର ଛାଡ଼ି ଦେଉଅଛନ୍ତି ।
ଯିଶାଇୟ 33 : 10 (ORV)
ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା ।
ଯିଶାଇୟ 33 : 11 (ORV)
ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍ ଶ୍ଵାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ ।
ଯିଶାଇୟ 33 : 12 (ORV)
ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ ।
ଯିଶାଇୟ 33 : 13 (ORV)
ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ-ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ଵୀକାର କର ।
ଯିଶାଇୟ 33 : 14 (ORV)
ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି । ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନ; କାଳସ୍ଥାୟୀ ଜ୍ଵଳନରେ ବାସ କରିପାରେ?
ଯିଶାଇୟ 33 : 15 (ORV)
ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
ଯିଶାଇୟ 33 : 16 (ORV)
ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ଵରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ ।
ଯିଶାଇୟ 33 : 17 (ORV)
ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ ।
ଯିଶାଇୟ 33 : 18 (ORV)
ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?
ଯିଶାଇୟ 33 : 19 (ORV)
ତୁମ୍ଭେ ସେହି ଦୁର; ଗୋଷ୍ଠୀକି, ଅର୍ଥାତ୍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକି ଆଉ ଦେଖିବ ନାହିଁ।
ଯିଶାଇୟ 33 : 20 (ORV)
ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି-ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ଵୁ ସ୍ଵରୂପ, ତହିଁର କୀଳାସବୁ⇧ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ତିବ ନାହିଁ ।
ଯିଶାଇୟ 33 : 21 (ORV)
ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ଵରୂପ ହେବେ; ସେସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ ।
ଯିଶାଇୟ 33 : 22 (ORV)
କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା,, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ ।
ଯିଶାଇୟ 33 : 23 (ORV)
ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବସ୍ତର ଲୁଟଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟ ଦ୍ରବ୍ୟ ଧରିଲା ।
ଯିଶାଇୟ 33 : 24 (ORV)
ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ-ଲୋକ କହିବ ନାହିଁ; ତନ୍ନିବାସୀ-ଲୋକମାନଙ୍କର ଅପରାଧ କ୍ଷମା କରାଯିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: