ଯିଶାଇୟ 40 : 1 (ORV)
ମୋʼ ଲୋକମାନଙ୍କୁ ସାନ୍ତ୍ଵନା କର, ସାନ୍ତ୍ଵନା କର, ତୁମ୍ଭମାନଙ୍କ ପରମେଶ୍ଵର ଏହା କହନ୍ତି ।
ଯିଶାଇୟ 40 : 2 (ORV)
ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ହେତୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର ।
ଯିଶାଇୟ 40 : 3 (ORV)
ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ରାଜପଥ ସଳଖ କର ।
ଯିଶାଇୟ 40 : 4 (ORV)
ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ;
ଯିଶାଇୟ 40 : 5 (ORV)
ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି ।
ଯିଶାଇୟ 40 : 6 (ORV)
ଏକ ଜଣର ରବ କହେ, ପ୍ରଚାର କର, ତହିଁରେ ଜଣେ କହିଲା, କଅଣ ପ୍ରଚାର କରିବା? ମର୍ତ୍ତ୍ୟ ମାତ୍ର ତୃଣ ସ୍ଵରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
ଯିଶାଇୟ 40 : 7 (ORV)
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ଵାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ଵରୂପ ।
ଯିଶାଇୟ 40 : 8 (ORV)
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ ।
ଯିଶାଇୟ 40 : 9 (ORV)
ହେ ସିୟୋନ ନିକଟରେ ସୁସମାଚାର ପ୍ରଚାର-କାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ଵର କର, ଉଚ୍ଚସ୍ଵର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ଵରଣ!
ଯିଶାଇୟ 40 : 10 (ORV)
ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ଵ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଅଗ୍ରେ ତାହାଙ୍କର ପ୍ରତିଫଳ ଅଛି ।
ଯିଶାଇୟ 40 : 11 (ORV)
ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆ-ମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ ।
ଯିଶାଇୟ 40 : 12 (ORV)
କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି ଓ ଚାଖଣ୍ତ ଦ୍ଵାରା ଆକାଶମଣ୍ତଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲିଅଛନ୍ତି?
ଯିଶାଇୟ 40 : 13 (ORV)
ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି?
ଯିଶାଇୟ 40 : 14 (ORV)
ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା?
ଯିଶାଇୟ 40 : 15 (ORV)
ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ଵୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି ।
ଯିଶାଇୟ 40 : 16 (ORV)
ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି ।
ଯିଶାଇୟ 40 : 17 (ORV)
ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି ।
ଯିଶାଇୟ 40 : 18 (ORV)
ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ଵରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକି ତାହାଙ୍କ ସଦୃଶ କରିବ?
ଯିଶାଇୟ 40 : 19 (ORV)
ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ଵର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ତନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ ।
ଯିଶାଇୟ 40 : 20 (ORV)
ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ଵେଷଣ କରେ ।
ଯିଶାଇୟ 40 : 21 (ORV)
ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?
ଯିଶାଇୟ 40 : 22 (ORV)
ସେ ଭୂମଣ୍ତଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ଵରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ତଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ଵୁତୁଲ୍ୟ ତାହା ବିସ୍ତାରନ୍ତି;
ଯିଶାଇୟ 40 : 23 (ORV)
ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ଅବସ୍ତୁବତ୍ କରନ୍ତି ।
ଯିଶାଇୟ 40 : 24 (ORV)
ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ତିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ ।
ଯିଶାଇୟ 40 : 25 (ORV)
ଏହେତୁ ସେହି ଧର୍ମସ୍ଵରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?
ଯିଶାଇୟ 40 : 26 (ORV)
ଊର୍ଦ୍ଧ୍ଵଦୃଷ୍ଟି କରି ଦେଖ, ଏସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ଵାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ ।
ଯିଶାଇୟ 40 : 27 (ORV)
ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ଵରଙ୍କ ଜ୍ଞାନର ଅତୀତ, ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କିପାଁ ଏହା କହୁଅଛ?
ଯିଶାଇୟ 40 : 28 (ORV)
ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନ; ପରମେଶ୍ଵର ସଦାପ୍ରଭୁ କ୍ଳା; ହୁଅନ୍ତି ନାହିଁ, କି ଶ୍ରା; ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ ।
ଯିଶାଇୟ 40 : 29 (ORV)
ସେ କ୍ଳା; ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି ।
ଯିଶାଇୟ 40 : 30 (ORV)
ତରୁଣମାନେ ହେଁ କ୍ଳା; ଓ ଶ୍ରା; ହେବେ, ପୁଣି ଯୁବକମାନେ ନିତା; ପଡ଼ିଯିବେ;
ଯିଶାଇୟ 40 : 31 (ORV)
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରା; ନ ହୋଇ ଦୌଡ଼ିବେ; ସେମାନେ କ୍ଳା; ନ ହୋଇ ଗମନ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: