ଯିଶାଇୟ 43 : 1 (ORV)
ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ଵାନ କରିଅଛୁ, ତୁମ୍ଭେ ଆମ୍ଭର ।
ଯିଶାଇୟ 43 : 2 (ORV)
ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ନୋହିବ ⇧, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ ।
ଯିଶାଇୟ 43 : 3 (ORV)
କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ଇସ୍ରାଏଲର ଧର୍ମସ୍ଵରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ଵରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ୍ ଓ ଶିବା ଦେଶ ଦେଇଅଛୁ ।
ଯିଶାଇୟ 43 : 4 (ORV)
ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା ।
ଯିଶାଇୟ 43 : 5 (ORV)
ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
ଯିଶାଇୟ 43 : 6 (ORV)
ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ିଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣକୁ ପୃଥିବୀର ପ୍ରାନ୍ତରୁ ଆଣିଦିଅ;
ଯିଶାଇୟ 43 : 7 (ORV)
ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ ।
ଯିଶାଇୟ 43 : 8 (ORV)
ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ ।
ଯିଶାଇୟ 43 : 9 (ORV)
ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେଣ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ ।
ଯିଶାଇୟ 43 : 10 (ORV)
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ଵାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ; ଆମ୍ଭ ପୂର୍ବରେ କୌଣସି ଈଶ୍ଵର ନିର୍ମିତ ନୋହିଲା, କିଅବା ଆମ୍ଭ ଉତ୍ତାରେ ନୋହିବ ।
ଯିଶାଇୟ 43 : 11 (ORV)
ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ ।
ଯିଶାଇୟ 43 : 12 (ORV)
ଆମ୍ଭେ ପ୍ରକାଶ କରିଅଛୁ ଓ ଆମ୍ଭେ ତ୍ରାଣ କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ଵର ଅଟୁ ।
ଯିଶାଇୟ 43 : 13 (ORV)
ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?
ଯିଶାଇୟ 43 : 14 (ORV)
ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା ।
ଯିଶାଇୟ 43 : 15 (ORV)
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ଵରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ ।
ଯିଶାଇୟ 43 : 16 (ORV)
ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;
ଯିଶାଇୟ 43 : 17 (ORV)
ଯେ ରଥ ଓ ଅଶ୍ଵ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯାʼନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;
ଯିଶାଇୟ 43 : 18 (ORV)
ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ ।
ଯିଶାଇୟ 43 : 19 (ORV)
ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା ।
ଯିଶାଇୟ 43 : 20 (ORV)
କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;
ଯିଶାଇୟ 43 : 21 (ORV)
ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ ।
ଯିଶାଇୟ 43 : 22 (ORV)
ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳା; ହୋଇଅଛ ।
ଯିଶାଇୟ 43 : 23 (ORV)
ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ଵାରା ଆମ୍ଭର ସମାଦର କରି ନାହଁ । ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳା; କରାଇ ନାହୁଁ ।
ଯିଶାଇୟ 43 : 24 (ORV)
ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ଵାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳା; କରିଅଛ ।
ଯିଶାଇୟ 43 : 25 (ORV)
ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ ।
ଯିଶାଇୟ 43 : 26 (ORV)
ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ ।
ଯିଶାଇୟ 43 : 27 (ORV)
ତୁମ୍ଭର ଆଦି ପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି ।
ଯିଶାଇୟ 43 : 28 (ORV)
ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: