ଯିଶାଇୟ 5 : 1 (ORV)
ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ । ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
ଯିଶାଇୟ 5 : 2 (ORV)
ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ତ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା ।
ଯିଶାଇୟ 5 : 3 (ORV)
ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର ।
ଯିଶାଇୟ 5 : 4 (ORV)
ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?
ଯିଶାଇୟ 5 : 5 (ORV)
ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;
ଯିଶାଇୟ 5 : 6 (ORV)
ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କି ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି ।
ଯିଶାଇୟ 5 : 7 (ORV)
ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ ।
ଯିଶାଇୟ 5 : 8 (ORV)
ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର!
ଯିଶାଇୟ 5 : 9 (ORV)
ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ଵଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ ।
ଯିଶାଇୟ 5 : 10 (ORV)
କାରଣ ଦଶ ମାଣ ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ ।
ଯିଶାଇୟ 5 : 11 (ORV)
ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ଵ କରନ୍ତି, ସେମାନେ ସନ୍ତାପର ପାତ୍ର!
ଯିଶାଇୟ 5 : 12 (ORV)
ସେମାନଙ୍କ ଭୋଜିରେ ବୀଣା ଓ ନେବଲ, ତବଲା ଓ ବଂଶୀ ଓ ଦ୍ରାକ୍ଷାରସ ଥାଏନ୍ତ ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
ଯିଶାଇୟ 5 : 13 (ORV)
ଏହି ହେତୁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକାରଣ୍ୟ ତୃଷାରେ ଶୁଷ୍କ ହେଉଅଛନ୍ତି ।
ଯିଶାଇୟ 5 : 14 (ORV)
ଏହିହେତୁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ ଓ ସେମାନଙ୍କର ଲୋକାରଣ୍ୟ ଓ ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି ।
ଯିଶାଇୟ 5 : 15 (ORV)
ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;
ଯିଶାଇୟ 5 : 16 (ORV)
ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି ଧର୍ମସ୍ଵରୂପ ପରମେଶ୍ଵର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି ।
ଯିଶାଇୟ 5 : 17 (ORV)
ସେସମୟରେ ମେଷଶାବକମାନେ ଆପଣା ଚରା ସ୍ଥାନରେ ଚରିବା ପରି ଚରିବେ, ପୁଣି ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ଵଂସସ୍ଥାନ ଭୋଗ କରିବେ ।
ଯିଶାଇୟ 5 : 18 (ORV)
ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶକଟ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର!
ଯିଶାଇୟ 5 : 19 (ORV)
ସେମାନେ କହନ୍ତି, ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ଵରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ଵରୂପଙ୍କର ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ ।
ଯିଶାଇୟ 5 : 20 (ORV)
ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ରଣ!
ଯିଶାଇୟ 5 : 21 (ORV)
ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!
ଯିଶାଇୟ 5 : 22 (ORV)
ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;
ଯିଶାଇୟ 5 : 23 (ORV)
ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!
ଯିଶାଇୟ 5 : 24 (ORV)
ଏଥି ନିମନ୍ତେ ଅଗ୍ନିର ଜିହ୍ଵା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି ।
ଯିଶାଇୟ 5 : 25 (ORV)
ଏହିହେତୁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ଵଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ⇧।
ଯିଶାଇୟ 5 : 26 (ORV)
ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ଵଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍ ଦେବେ⇧, ପୁଣି ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;
ଯିଶାଇୟ 5 : 27 (ORV)
ସେମାନଙ୍କ ମଧ୍ୟରେ କେହି କ୍ଳା; ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁକି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ତିବ ନାହିଁ;
ଯିଶାଇୟ 5 : 28 (ORV)
ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ଵଗଣର ଖୁରା ଚକମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରିନ୍ତ
ଯିଶାଇୟ 5 : 29 (ORV)
ସେମାନଙ୍କର ଗର୍ଜନ ସିଂହୀର ଗର୍ଜନ ପରି, ସେମାନେ ଯୁବାସିଂହ ପରି ଗର୍ଜନ କରିବେ; ଆହୁରି, ସେମାନେ ଗର୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇ ଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ ।
ଯିଶାଇୟ 5 : 30 (ORV)
ପୁଣି, ସେମାନେ ସେହିଦିନ ସମୁଦ୍ରର ଗର୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜନ କରିବେ; ତହିଁରେ ଯେବେ କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି ସେସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: