ଯିଶାଇୟ 59 : 1 (ORV)
ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ ।
ଯିଶାଇୟ 59 : 2 (ORV)
ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ ।
ଯିଶାଇୟ 59 : 3 (ORV)
କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭମାନଙ୍କ ଅଙ୍ଗୁଳିସବୁ ଅପରାଧରେ ଅଶୁଚି ହୋଇଅଛି; ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ୟା କହିଅଛି, ତୁମ୍ଭମାନଙ୍କର ଜିହ୍ଵା ଦୁଷ୍ଟତା ବକେ ।
ଯିଶାଇୟ 59 : 4 (ORV)
କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି ।
ଯିଶାଇୟ 59 : 5 (ORV)
ସେମାନେ କାଳସର୍ପର ଡିମ୍ଵ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ଵ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ ।
ଯିଶାଇୟ 59 : 6 (ORV)
ସେମାନଙ୍କର ଜାଲ-ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ ।
ଯିଶାଇୟ 59 : 7 (ORV)
ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା⇧; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ ।
ଯିଶାଇୟ 59 : 8 (ORV)
ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ ।
ଯିଶାଇୟ 59 : 9 (ORV)
ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ ।
ଯିଶାଇୟ 59 : 10 (ORV)
ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ତି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ତି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ ।
ଯିଶାଇୟ 59 : 11 (ORV)
ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି । ଯିହି. ୭:୧୬
ଯିଶାଇୟ 59 : 12 (ORV)
କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
ଯିଶାଇୟ 59 : 13 (ORV)
ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ଵୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ ।
ଯିଶାଇୟ 59 : 14 (ORV)
ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ ।
ଯିଶାଇୟ 59 : 15 (ORV)
ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟ ସ୍ଵରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ ।
ଯିଶାଇୟ 59 : 16 (ORV)
ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା⇧ ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା ।
ଯିଶାଇୟ 59 : 17 (ORV)
ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍ଯୋଗରୂପ ବସ୍ତ୍ର ପିନ୍ଧିଲେ ।
ଯିଶାଇୟ 59 : 18 (ORV)
ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ତ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ଵୀପସମୂହକୁ ପ୍ରତିଫଳ ଦାନ କରିବେ ।
ଯିଶାଇୟ 59 : 19 (ORV)
ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ଵାସରେ ଚାଳିତ ପ୍ରବଳ ସ୍ରୋତପରି ସେ ମାଡ଼ି ଆସିବେ ।
ଯିଶାଇୟ 59 : 20 (ORV)
ପୁଣି, ସଦାପ୍ରଭୁ କହନ୍ତି, ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ ।
ଯିଶାଇୟ 59 : 21 (ORV)
ନିଜ ବିଷୟରେ ସଦାପ୍ରଭୁ କହନ୍ତି, ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନ; କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ, ଏହା ସଦାପ୍ରଭୁ କହନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: