ଯିଶାଇୟ 6 : 1 (ORV)
ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା ।
ଯିଶାଇୟ 6 : 2 (ORV)
ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ ।
ଯିଶାଇୟ 6 : 3 (ORV)
ଆଉ, ସେମାନେ ପରସ୍ପର ଡାକି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ ।
ଯିଶାଇୟ 6 : 4 (ORV)
ସେତେବେଳେ ଘୋଷଣାକାରୀର ରବରେ ଦ୍ଵାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ଗୃହ ଧୂମରେ ପରିପୂର୍ଣ୍ଣ ହେଲା ।
ଯିଶାଇୟ 6 : 5 (ORV)
ତେବେ ମୁଁ କହିଲି, ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି ।
ଯିଶାଇୟ 6 : 6 (ORV)
ଏଥି ଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ତେ ଜ୍ଵଳ; ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ଵାରା ତାହା ନେଇଥିଲେ;
ଯିଶାଇୟ 6 : 7 (ORV)
ପୁଣି, ସେ ତଦ୍ଦ୍ଵାରା ମୋର ମୁଖ ସ୍ପର୍ଶ କରି କହିଲେ, ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା ।
ଯିଶାଇୟ 6 : 8 (ORV)
ଏଥି ଉତ୍ତାରେ ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ? ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି । ତେବେ ମୁଁ କହିଲି, ମୁଁ ଅଛି; ମୋତେ ପଠାଅ ।
ଯିଶାଇୟ 6 : 9 (ORV)
ତହିଁରେ ସେ କହିଲେ, ଯାଅ ଓ ଏହି ଗୋଷ୍ଠୀକି କୁହ, ତୁମ୍ଭେମାନେ ଶୁଣୁଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଛ ନିଶ୍ଚୟ, ମାତ୍ର ଜାଣୁ ନାହଁ ।
ଯିଶାଇୟ 6 : 10 (ORV)
ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ ।
ଯିଶାଇୟ 6 : 11 (ORV)
ତେବେ ମୁଁ କହିଲି, ହେ ପ୍ରଭୋ, କେତେ କାଳ ଯାଏ? ତହିଁରେ ସେ ଉତ୍ତର କଲେ, ଯେଯାଏ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,
ଯିଶାଇୟ 6 : 12 (ORV)
ପୁଣି ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେଯାଏ ।
ଯିଶାଇୟ 6 : 13 (ORV)
ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ତି ରହେ; ସେପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ତିସ୍ଵରୂପ ଅଟେ ।

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: