ଯିଶାଇୟ 62 : 1 (ORV)
ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ଵଳ; ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ ।
ଯିଶାଇୟ 62 : 2 (ORV)
ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ଵାରା ଏକ ନୂତନ ନାମରେ ଖ୍ୟାତ ହେବ⇧ ।
ଯିଶାଇୟ 62 : 3 (ORV)
ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ଵରୂପ ଓ ତୁମ୍ଭ ପରମେଶ୍ଵରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ଵରୂପ ହେବ ।
ଯିଶାଇୟ 62 : 4 (ORV)
ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ ।
ଯିଶାଇୟ 62 : 5 (ORV)
ଯୁବାଲୋକ ଯେପରି କୁମାରୀକି ବିବାହ କରେ, ସେପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାରେ ଆନନ୍ଦ କରେ, ସେପରି ତୁମ୍ଭର ପରମେଶ୍ଵର ତୁମ୍ଭଠାରେ ଆନନ୍ଦ କରିବେ ।
ଯିଶାଇୟ 62 : 6 (ORV)
ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାଚ ନୀରବ ନୋହିବେ ।
ଯିଶାଇୟ 62 : 7 (ORV)
ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ ।
ଯିଶାଇୟ 62 : 8 (ORV)
ସଦାପ୍ରଭୁ ଆପଣାର ଦକ୍ଷିଣ ହସ୍ତ ଓ ବଳବାନ ବାହୁ ଦ୍ଵାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ ।
ଯିଶାଇୟ 62 : 9 (ORV)
ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ ।
ଯିଶାଇୟ 62 : 10 (ORV)
ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ଵାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ଵଜା ଉଠାଅ ।
ଯିଶାଇୟ 62 : 11 (ORV)
ଦେଖ, ସଦାପ୍ରଭୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି ।
ଯିଶାଇୟ 62 : 12 (ORV)
ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ; ଆଉ, ତୁମ୍ଭେ ଅନ୍ଵେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ ।

1 2 3 4 5 6 7 8 9 10 11 12

BG:

Opacity:

Color:


Size:


Font: