ଯିଶାଇୟ 9 : 1 (ORV)
ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ତିମିରାବୃତ ହୋଇ ରହିବ ନାହିଁ । ପୂର୍ବ କାଳରେ ସେ ସବୂଲୂନ୍ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ ।
ଯିଶାଇୟ 9 : 2 (ORV)
ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି ।
ଯିଶାଇୟ 9 : 3 (ORV)
ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,
ଯିଶାଇୟ 9 : 4 (ORV)
କାରଣ ମିଦୀୟନର ଦିନରେ ଯେପରି, ସେପରି ତୁମ୍ଭେ ତାହାର ଭାର ସ୍ଵରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ତ ଭାଙ୍ଗି ପକାଇଅଛ ।
ଯିଶାଇୟ 9 : 5 (ORV)
ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ଵଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ଵରୂପ ହେବ ।
ଯିଶାଇୟ 9 : 6 (ORV)
କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ଵଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରା; ପରମେଶ୍ଵର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ ।
ଯିଶାଇୟ 9 : 7 (ORV)
ତାହାଙ୍କ କର୍ତ୍ତୃତ୍ଵବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏ କ୍ଷଣଠାରୁ ଅନ; କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ । ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ ।
ଯିଶାଇୟ 9 : 8 (ORV)
ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,
ଯିଶାଇୟ 9 : 9 (ORV)
ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,
ଯିଶାଇୟ 9 : 10 (ORV)
ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା ।
ଯିଶାଇୟ 9 : 11 (ORV)
ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;
ଯିଶାଇୟ 9 : 12 (ORV)
ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
ଯିଶାଇୟ 9 : 13 (ORV)
ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି ।
ଯିଶାଇୟ 9 : 14 (ORV)
ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଏକାଦିନରେ କାଟି ପକାଇବେ ।
ଯିଶାଇୟ 9 : 15 (ORV)
ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୂଳ,
ଯିଶାଇୟ 9 : 16 (ORV)
କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି ଯେଉଁମାନେ ସେମାନଙ୍କ ଦ୍ଵାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି ।
ଯିଶାଇୟ 9 : 17 (ORV)
ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହି, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମୂଢ଼ତାଭାଷୀ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
ଯିଶାଇୟ 9 : 18 (ORV)
ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ଵଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ଵଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ ।
ଯିଶାଇୟ 9 : 19 (ORV)
ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ ।
ଯିଶାଇୟ 9 : 20 (ORV)
ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ନୋହିବେନ୍ତ ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;
ଯିଶାଇୟ 9 : 21 (ORV)
ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21