ଯିରିମିୟ 1 : 1 (ORV)
ବିନ୍ୟାମୀନ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କର ବାକ୍ୟ;
ଯିରିମିୟ 1 : 2 (ORV)
ଆମୋନର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା ।
ଯିରିମିୟ 1 : 3 (ORV)
ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ⇧ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା ।
ଯିରିମିୟ 1 : 4 (ORV)
ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିରିମିୟ 1 : 5 (ORV)
ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ⇧; ଆମ୍ଭେ ତୁମ୍ଭକୁ ନାନା ଦେଶୀୟ-ମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ ।
ଯିରିମିୟ 1 : 6 (ORV)
ଏଥିରେ ମୁଁ କହିଲି, ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖ, ମୁଁ କଥା କହି ଜାଣେ ନାହିଁ କାରଣ ମୁଁ ତ ବାଳକ ।
ଯିରିମିୟ 1 : 7 (ORV)
ମାତ୍ର ସଦାପ୍ରଭୁ ମୋତେ କହିଲେ, ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ ।
ଯିରିମିୟ 1 : 8 (ORV)
ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ ।
ଯିରିମିୟ 1 : 9 (ORV)
ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
ଯିରିମିୟ 1 : 10 (ORV)
ଦେଖ, ଉତ୍ପାଟନ ଓ ଭଗ୍ନ ଓ ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ ।
ଯିରିମିୟ 1 : 11 (ORV)
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ବାଦାମ ବୃକ୍ଷର ଏକ ଦଣ୍ତ ଦେଖୁଅଛି ।
ଯିରିମିୟ 1 : 12 (ORV)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ ।
ଯିରିମିୟ 1 : 13 (ORV)
ପୁଣି, ଦ୍ଵିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଗୋଟିଏ ରନ୍ଧା ହଣ୍ତା ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି) ।
ଯିରିମିୟ 1 : 14 (ORV)
ତହିଁରେ ସଦାପ୍ରଭୁ ମୋତେ କହିଲେ, ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ ।
ଯିରିମିୟ 1 : 15 (ORV)
କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ ।
ଯିରିମିୟ 1 : 16 (ORV)
ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ⇧ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା ।
ଯିରିମିୟ 1 : 17 (ORV)
ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା ।
ଯିରିମିୟ 1 : 18 (ORV)
କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର ଓ ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ଵରୂପ କଲୁ ।
ଯିରିମିୟ 1 : 19 (ORV)
ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ ।

1 2 3 4 5 6 7 8 9 10 11 12 13 14 15 16 17 18 19

BG:

Opacity:

Color:


Size:


Font: