ଯିରିମିୟ 15 : 1 (ORV)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ ।
ଯିରିମିୟ 15 : 2 (ORV)
ପୁଣି, ଯେବେ ସେମାନେ ତୁମ୍ଭକୁ କହନ୍ତି, ଆମ୍ଭେମାନେ କେଉଁଠାକୁ ବାହାରି ଯିବା? ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ଼୍‍ଗଯୋଗ୍ୟ ଲୋକମାନେ ଖଡ଼୍‍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ଵର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ ।
ଯିରିମିୟ 15 : 3 (ORV)
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ଼୍‍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକି ସେମାନଙ୍କ ଉପରେ ନିଯୁକ୍ତ କରିବା ।
ଯିରିମିୟ 15 : 4 (ORV)
ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା ।
ଯିରିମିୟ 15 : 5 (ORV)
କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ କତିକି ଆସିବ?
ଯିରିମିୟ 15 : 6 (ORV)
ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳା; ଅଛୁ ।
ଯିରିମିୟ 15 : 7 (ORV)
ଆମ୍ଭେ ସେମାନଙ୍କୁ ଦେଶର ପୁର-ଦ୍ଵାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନ-ସନ୍ତତିବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି ।
ଯିରିମିୟ 15 : 8 (ORV)
ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକୁ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ ।
ଯିରିମିୟ 15 : 9 (ORV)
ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ଼୍‍ଗରେ ସମର୍ପଣ କରିବା, ଏହା ସଦାପ୍ରଭୁ କହନ୍ତି ।
ଯିରିମିୟ 15 : 10 (ORV)
ଗୋ ଆମ୍ଭର ମାତଃ, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଶାପ ଦିଅନ୍ତି ।
ଯିରିମିୟ 15 : 11 (ORV)
ସଦାପ୍ରଭୁ କହିଲେ, ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା ।
ଯିରିମିୟ 15 : 12 (ORV)
ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?
ଯିରିମିୟ 15 : 13 (ORV)
ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ତାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା ।
ଯିରିମିୟ 15 : 14 (ORV)
ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ଵଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ ।
ଯିରିମିୟ 15 : 15 (ORV)
ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ଵାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ ।
ଯିରିମିୟ 15 : 16 (ORV)
ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ଵର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ ।
ଯିରିମିୟ 15 : 17 (ORV)
ମୁଁ ଆମୋଦପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ ।
ଯିରିମିୟ 15 : 18 (ORV)
ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ଵୀକାର କରେ କାହିଁକିଣ? ତୁମ୍ଭେ କି ମୋʼ ପ୍ରତି ନିତା; ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?
ଯିରିମିୟ 15 : 19 (ORV)
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେବେ ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯେବେ ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ⇧, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ଵରୂପ ହେବ; ସେମାନେ ତୁମ୍ଭ କତିକି ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ କତିକି ଫେରି ଯିବ ନାହିଁ ।
ଯିରିମିୟ 15 : 20 (ORV)
ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ଵରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ ।
ଯିରିମିୟ 15 : 21 (ORV)
ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟଙ୍କର ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: