ଯିରିମିୟ 16 : 1 (ORV)
ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋʼ ନିକଟରେ ଉପସ୍ଥିତ ହେଲା,
ଯିରିମିୟ 16 : 2 (ORV)
ଯଥା, ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ର- କନ୍ୟା ଜାତ କରିବ ନାହିଁ ।
ଯିରିମିୟ 16 : 3 (ORV)
କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି ।
ଯିରିମିୟ 16 : 4 (ORV)
ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ ।
ଯିରିମିୟ 16 : 5 (ORV)
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ-ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ ।
ଯିରିମିୟ 16 : 6 (ORV)
ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ତନ କରିବେ ନାହିଁ;
ଯିରିମିୟ 16 : 7 (ORV)
କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀ-ମାନଙ୍କୁ ସାନ୍ତ୍ଵନା କରିବା ପାଇଁ ଲୋକେ ରୁଟୀ ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତାର ନିମନ୍ତେ ପାନ କରିବା ପାଇଁ ସାନ୍ତ୍ଵନାସୂଚକ ପାତ୍ର ଦେବେ ନାହିଁ ।
ଯିରିମିୟ 16 : 8 (ORV)
ପୁଣି, ତୁମ୍ଭେ ଭୋଜନ ପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ ।
ଯିରିମିୟ 16 : 9 (ORV)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା ।
ଯିରିମିୟ 16 : 10 (ORV)
ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵରଙ୍କ ବିରୁଦ୍ଧରେ କି ପାପ କରିଅଛୁ?
ଯିରିମିୟ 16 : 11 (ORV)
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି;
ଯିରିମିୟ 16 : 12 (ORV)
ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;
ଯିରିମିୟ 16 : 13 (ORV)
ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ ।
ଯିରିମିୟ 16 : 14 (ORV)
ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;
ଯିରିମିୟ 16 : 15 (ORV)
ମାତ୍ର ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେ ଯେ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା ।
ଯିରିମିୟ 16 : 16 (ORV)
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ ।
ଯିରିମିୟ 16 : 17 (ORV)
କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ ।
ଯିରିମିୟ 16 : 18 (ORV)
ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି ।
ଯିରିମିୟ 16 : 19 (ORV)
ହେ ମୋର ବଳ ଓ ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ଵରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁି ଅଧିକାର କରିଅଛନ୍ତି ।
ଯିରିମିୟ 16 : 20 (ORV)
ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ଵର ନିର୍ମାଣ କରିବ? ସେ ତ ଈଶ୍ଵର ନୁହେଁ ।
ଯିରିମିୟ 16 : 21 (ORV)
ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21