ଯିରିମିୟ 22 : 1 (ORV)
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା ଣକୁହ ।
ଯିରିମିୟ 22 : 2 (ORV)
ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ଵାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
ଯିରିମିୟ 22 : 3 (ORV)
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ ।
ଯିରିମିୟ 22 : 4 (ORV)
କାରଣ ଯେବେ ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜଗଣ ରଥରେ ଓ ଅଶ୍ଵରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ଵାର ଦେଇ ପ୍ରବେଶ କରିବେ ।
ଯିରିମିୟ 22 : 5 (ORV)
ମାତ୍ର ଯେବେ ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ ।
ଯିରିମିୟ 22 : 6 (ORV)
କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ୍ ଓ ଲିବାନୋନର ଶୃଙ୍ଗ ସ୍ଵରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ଵରୂପ କରିବା ।
ଯିରିମିୟ 22 : 7 (ORV)
ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ ।
ଯିରିମିୟ 22 : 8 (ORV)
ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକି କହିବେ, ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?
ଯିରିମିୟ 22 : 9 (ORV)
ତହିଁରେ ସେମାନେ ଉତ୍ତର କରିବେ, କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣର ପ୍ରଣାମ ଓ ସେବା କଲେ ।
ଯିରିମିୟ 22 : 10 (ORV)
ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ ।
ଯିରିମିୟ 22 : 11 (ORV)
ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ଵ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
ଯିରିମିୟ 22 : 12 (ORV)
ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ଵ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ ।
ଯିରିମିୟ 22 : 13 (ORV)
ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;
ଯିରିମିୟ 22 : 14 (ORV)
ଯେ କହେ, ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରୀମାନ ନିର୍ମାଣ କରିବା ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ସିନ୍ଦୂର ବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର!
ଯିରିମିୟ 22 : 15 (ORV)
ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯନି କରିବା ହେତୁରୁ କି ରାଜତ୍ଵ କରିବ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା ।
ଯିରିମିୟ 22 : 16 (ORV)
ସେ ଦରିଦ୍ର ଓ ଦୀନହୀନମାନଙ୍କର ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା । ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?
ଯିରିମିୟ 22 : 17 (ORV)
ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ ।
ଯିରିମିୟ 22 : 18 (ORV)
ଏହେତୁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଲୋକମାନେ, ହାୟ, ଆମ୍ଭର ଭାଇଣ! ଅବା ହାୟ, ଭଉଣୀଣ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁଣ! ଅବା ହାୟ, ତାଙ୍କର ମହିମା! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ ।
ଯିରିମିୟ 22 : 19 (ORV)
ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ଵାର ବାହାରେ ପକାଯିବ ।
ଯିରିମିୟ 22 : 20 (ORV)
ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ଵର କର ଓ ଅବାରୀମରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି ।
ଯିରିମିୟ 22 : 21 (ORV)
ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ମୁଁ ଶୁଣିବି ନାହିଁ; ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି ।
ଯିରିମିୟ 22 : 22 (ORV)
ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ଵ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ହେତୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ ।
ଯିରିମିୟ 22 : 23 (ORV)
ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ ।
ଯିରିମିୟ 22 : 24 (ORV)
ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
ଯିରିମିୟ 22 : 25 (ORV)
ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା ।
ଯିରିମିୟ 22 : 26 (ORV)
ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା । ଆଉ, ସେଠାରେ ତୁମ୍ଭେମାନେ ମରିବ ।
ଯିରିମିୟ 22 : 27 (ORV)
ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ ।
ଯିରିମିୟ 22 : 28 (ORV)
ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ ।
ଯିରିମିୟ 22 : 29 (ORV)
ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
ଯିରିମିୟ 22 : 30 (ORV)
ସଦାପ୍ରଭୁ ଏହି କଥା କହନ୍ତି, ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ନୋହିବ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ଵ କରି ସମୃଦ୍ଧ ନୋହିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: