ଯିରିମିୟ 29 : 1 (ORV)
ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକ-ଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,
ଯିରିମିୟ 29 : 2 (ORV)
ଯିରିମୀୟ ଭବିଷ୍ୟଦ୍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍ନିତ୍ସର ଦ୍ଵାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକ-ମାନଙ୍କର ଓ ଭବିଷ୍ୟଦ୍ବକ୍ତାଗଣର ଓ ସମସ୍ତ ଲୋକ-ମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,
ଯିରିମିୟ 29 : 3 (ORV)
ଯିହୁଦାର ରାଜା ସିଦିକୀୟ ଦ୍ଵାରା ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନର ପୁତ୍ର ଇଲୀୟାସା ହିଲ୍‍କୀୟର ପୁତ୍ର ଗମରୀୟର ହସ୍ତ ଦ୍ଵାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା,
ଯିରିମିୟ 29 : 4 (ORV)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;
ଯିରିମିୟ 29 : 5 (ORV)
ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;
ଯିରିମିୟ 29 : 6 (ORV)
ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ସ୍ଵାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ ।
ଯିରିମିୟ 29 : 7 (ORV)
ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ ।
ଯିରିମିୟ 29 : 8 (ORV)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ଵପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ଵପ୍ନରେ ମନୋଯୋଗ କର ନାହିଁ ।
ଯିରିମିୟ 29 : 9 (ORV)
କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ ।
ଯିରିମିୟ 29 : 10 (ORV)
ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା ।
ଯିରିମିୟ 29 : 11 (ORV)
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଙ୍ଗଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଙ୍କଳ୍ପ ଅଟେ ।
ଯିରିମିୟ 29 : 12 (ORV)
ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ଵାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା ।
ଯିରିମିୟ 29 : 13 (ORV)
ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ଵେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
ଯିରିମିୟ 29 : 14 (ORV)
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଗୋଷ୍ଠୀ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା ।
ଯିରିମିୟ 29 : 15 (ORV)
ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍-ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ ।
ଯିରିମିୟ 29 : 16 (ORV)
ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇ ଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
ଯିରିମିୟ 29 : 17 (ORV)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା ।
ଯିରିମିୟ 29 : 18 (ORV)
ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର ଓ ଶୀସ୍ ଶଦ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;
ଯିରିମିୟ 29 : 19 (ORV)
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣକୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ଏହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ନୋହିଲ ।
ଯିରିମିୟ 29 : 20 (ORV)
ଏହେତୁ ଆମ୍ଭ ଦ୍ଵାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
ଯିରିମିୟ 29 : 21 (ORV)
କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;
ଯିରିମିୟ 29 : 22 (ORV)
ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ଯେଉଁମାନଙ୍କୁ ଅଗ୍ନିରେ ଭାଜିଥିଲା, ସେହି ସିଦିକୀୟ ଓ ଆହାବ ପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ ।
ଯିରିମିୟ 29 : 23 (ORV)
କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ ।
ଯିରିମିୟ 29 : 24 (ORV)
ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,
ଯିରିମିୟ 29 : 25 (ORV)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,
ଯିରିମିୟ 29 : 26 (ORV)
କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ଵରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି ।
ଯିରିମିୟ 29 : 27 (ORV)
ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇନାହଁ?
ଯିରିମିୟ 29 : 28 (ORV)
ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର ।
ଯିରିମିୟ 29 : 29 (ORV)
ଅନନ୍ତର ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା ।
ଯିରିମିୟ 29 : 30 (ORV)
ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା ।
ଯିରିମିୟ 29 : 31 (ORV)
ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ଵାସ ଜନ୍ମାଇଅଛି;
ଯିରିମିୟ 29 : 32 (ORV)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ତ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32

BG:

Opacity:

Color:


Size:


Font: