ଯିରିମିୟ 35 : 1 (ORV)
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,
ଯିରିମିୟ 35 : 2 (ORV)
ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ ।
ଯିରିମିୟ 35 : 3 (ORV)
ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାଶନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ,
ଯିରିମିୟ 35 : 4 (ORV)
ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ଵରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକି ନେଇଗଲି, ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ଵାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା;
ଯିରିମିୟ 35 : 5 (ORV)
ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର ।
ଯିରିମିୟ 35 : 6 (ORV)
ମାତ୍ର ସେମାନେ କହିଲେ, ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;
ଯିରିମିୟ 35 : 7 (ORV)
ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ଵୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ ।
ଯିରିମିୟ 35 : 8 (ORV)
ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ର-କନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ;
ଯିରିମିୟ 35 : 9 (ORV)
ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ;
ଯିରିମିୟ 35 : 10 (ORV)
ମାତ୍ର ଆମ୍ଭେମାନେ ତମ୍ଵୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍ଙ୍କର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ ।
ଯିରିମିୟ 35 : 11 (ORV)
ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ; ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ ।
ଯିରିମିୟ 35 : 12 (ORV)
ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
ଯିରିମିୟ 35 : 13 (ORV)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?
ଯିରିମିୟ 35 : 14 (ORV)
ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ ।
ଯିରିମିୟ 35 : 15 (ORV)
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ ।
ଯିରିମିୟ 35 : 16 (ORV)
ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି;
ଯିରିମିୟ 35 : 17 (ORV)
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି ।
ଯିରିମିୟ 35 : 18 (ORV)
ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ;
ଯିରିମିୟ 35 : 19 (ORV)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କେତେବେଳେ ନୋହିବ ।
❮
❯