ଯିରିମିୟ 45 : 1 (ORV)
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ,
ଯିରିମିୟ 45 : 2 (ORV)
ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ତୁମ୍ଭକୁ ଏହି କଥା କହନ୍ତି;
ଯିରିମିୟ 45 : 3 (ORV)
ତୁମ୍ଭେ କହିଲ, ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳା; ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ ।
ଯିରିମିୟ 45 : 4 (ORV)
ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା ।
ଯିରିମିୟ 45 : 5 (ORV)
ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ; କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା ।
❮
❯