ଯିରିମିୟ 48 : 1 (ORV)
ମୋୟାବର ବିଷୟ । ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା ।
ଯିରିମିୟ 48 : 2 (ORV)
ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଶ୍ବୋନ୍ରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ । ହେ ମଦ୍ମେନା।, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ଼୍‍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ ।
ଯିରିମିୟ 48 : 3 (ORV)
ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶଦ୍ଦ!
ଯିରିମିୟ 48 : 4 (ORV)
ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକ-ମାନଙ୍କର କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି ।
ଯିରିମିୟ 48 : 5 (ORV)
କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି ।
ଯିରିମିୟ 48 : 6 (ORV)
ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ ।
ଯିରିମିୟ 48 : 7 (ORV)
କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ ।
ଯିରିମିୟ 48 : 8 (ORV)
ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ ।
ଯିରିମିୟ 48 : 9 (ORV)
ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ଵଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ ।
ଯିରିମିୟ 48 : 10 (ORV)
ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଶାପଗ୍ରସ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ଼୍‍ଗ ଅଟକାଏ, ସେ ଶାପଗ୍ରସ୍ତ ହେଉ ।
ଯିରିମିୟ 48 : 11 (ORV)
ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇ ଯାଇ ନାହିଁ; ଏଥିପାଇଁ ତାହାର ସ୍ଵାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ ।
ଯିରିମିୟ 48 : 12 (ORV)
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳିପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି ।
ଯିରିମିୟ 48 : 13 (ORV)
ପୁଣି, ଇସ୍ରାଏଲ-ବଂଶ ଆପଣା ବିଶ୍ଵାସଭୂମି ବୈଥେଲ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ ।
ଯିରିମିୟ 48 : 14 (ORV)
ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ, ଏହା ତୁମ୍ଭେମାନେ କିପରି କହୁଅଛ?
ଯିରିମିୟ 48 : 15 (ORV)
ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ଆଉ ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି ।
ଯିରିମିୟ 48 : 16 (ORV)
ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି ।
ଯିରିମିୟ 48 : 17 (ORV)
ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ଏହି ଦୃଢ଼ ଦଣ୍ତ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!
ଯିରିମିୟ 48 : 18 (ORV)
ହେ ଦୀବୋନ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ଵର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି ।
ଯିରିମିୟ 48 : 19 (ORV)
ହେ ଅରୋୟର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ଵରେ ଠିଆହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକି ପଚାର; କଅଣ କରା ଯାଇଅଛି କୁହ?
ଯିରିମିୟ 48 : 20 (ORV)
ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର ।
ଯିରିମିୟ 48 : 21 (ORV)
ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ,
ଯିରିମିୟ 48 : 22 (ORV)
ଅର୍ଥାତ୍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍ ଦୀବୋନ, ନବୋ ଓ ବୈଥ୍ଦିବ୍ଳାଥୟିମଣ:
ଯିରିମିୟ 48 : 23 (ORV)
କିରୀୟାଥୟିମ, ବୈଥ୍ଗାମୁର ଓ ବୈଥ୍ମୀୟୋନ୍;
ଯିରିମିୟ 48 : 24 (ORV)
କରୀୟୋଥ୍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ତ ଉପସ୍ଥିତ ହୋଇଅଛି ।
ଯିରିମିୟ 48 : 25 (ORV)
ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି ।
ଯିରିମିୟ 48 : 26 (ORV)
ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ ।
ଯିରିମିୟ 48 : 27 (ORV)
ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।
ଯିରିମିୟ 48 : 28 (ORV)
ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ଵରେ ବସାକାରୀ କପୋତର ତୁଲ୍ୟ ହୁଅ ।
ଯିରିମିୟ 48 : 29 (ORV)
ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ ।
ଯିରିମିୟ 48 : 30 (ORV)
ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ ।
ଯିରିମିୟ 48 : 31 (ORV)
ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ ।
ଯିରିମିୟ 48 : 32 (ORV)
ହେ ଶିବ୍ମାର ଦ୍ରାକ୍ଷାଲତେ, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା ।
ଯିରିମିୟ 48 : 33 (ORV)
ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ତସବୁ ଦ୍ରାକ୍ଷାରସଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ ।
ଯିରିମିୟ 48 : 34 (ORV)
ହିଶ୍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ୍ ପର୍ଯ୍ୟନ୍ତ, ଇଗ୍ଲତ୍ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର-ଶଦ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ ।
ଯିରିମିୟ 48 : 35 (ORV)
ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା ।
ଯିରିମିୟ 48 : 36 (ORV)
ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି ।
ଯିରିମିୟ 48 : 37 (ORV)
କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି ।
ଯିରିମିୟ 48 : 38 (ORV)
ମୋୟାବର ସମସ୍ତ ଗୃହ ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ ।
ଯିରିମିୟ 48 : 39 (ORV)
ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତିଣ! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇ ଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ ।
ଯିରିମିୟ 48 : 40 (ORV)
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ସେ ଉତ୍କୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ଵୟ ବିସ୍ତାର କରିବ ।
ଯିରିମିୟ 48 : 41 (ORV)
କରୀୟୋତ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରା; ହେଲା, ଆଉ ସେଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
ଯିରିମିୟ 48 : 42 (ORV)
ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି ।
ଯିରିମିୟ 48 : 43 (ORV)
ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି ।
ଯିରିମିୟ 48 : 44 (ORV)
ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା ।
ଯିରିମିୟ 48 : 45 (ORV)
ଯେଉଁମାନେ ପଳାଇ ଗଲେ, ସେମାନେ ବଳହୀନ ହୋଇ ହିଶ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଶ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି ।
ଯିରିମିୟ 48 : 46 (ORV)
ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ଵ ସ୍ଥାନକୁ ନୀତ ହେଲେ ।
ଯିରିମିୟ 48 : 47 (ORV)
ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା । ମୋୟାବର ବିଚାର କଥା ଏତିକି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47

BG:

Opacity:

Color:


Size:


Font: