ଯିରିମିୟ 50 : 1 (ORV)
ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା ।
ଯିରିମିୟ 50 : 2 (ORV)
ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ଵଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତାସକଳ ବିସ୍ମିତ ହେଲେ ।
ଯିରିମିୟ 50 : 3 (ORV)
କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ଵଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ ।
ଯିରିମିୟ 50 : 4 (ORV)
ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବେ ।
ଯିରିମିୟ 50 : 5 (ORV)
ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ତୁମ୍ଭେମାନେ ଆସ, ଅନ; କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ଵାରା ସଦାପ୍ରଭୁଙ୍କ- ଠାରେ ଆସକ୍ତ ହୁଅ ।
ଯିରିମିୟ 50 : 6 (ORV)
ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି ।
ଯିରିମିୟ 50 : 7 (ORV)
ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣା-ମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ।
ଯିରିମିୟ 50 : 8 (ORV)
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗସ୍ଵରୂପ ହୁଅ ।
ଯିରିମିୟ 50 : 9 (ORV)
କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ ।
ଯିରିମିୟ 50 : 10 (ORV)
ପୁଣି, କଲ୍ଦୀୟା ଲୁଟଦ୍ରବ୍ୟ ହେବ; ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ ।
ଯିରିମିୟ 50 : 11 (ORV)
ହେ ଆମ୍ଭର ଅଧିକାର ଅପହାରକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ଵ ପରି ନାସାଶଦ୍ଦ କରୁଅଛ;
ଯିରିମିୟ 50 : 12 (ORV)
ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ।
ଯିରିମିୟ 50 : 13 (ORV)
ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ନୋହିବ, ମାତ୍ର ସମ୍ପୂର୍ଣ୍ଣ ଧ୍ଵଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ତ ସକାଶୁ ଶୀସ୍ ଶଦ୍ଦ କରିବ ।
ଯିରିମିୟ 50 : 14 (ORV)
ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି ।
ଯିରିମିୟ 50 : 15 (ORV)
ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧଦ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର ।
ଯିରିମିୟ 50 : 16 (ORV)
ତୁମ୍ଭେମାନେ ବାବିଲରୁ ବୀଜବାପକକୁ ଓ ଶସ୍ୟ ସଂଗ୍ରହ ସମୟରେ ଦାʼ ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, ଉତ୍ପୀଡ଼କ ଖଡ଼୍‍ଗ ଭୟରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଲୋକଙ୍କ ନିକଟକୁ ଫେରି ଯିବେ ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ ।
ଯିରିମିୟ 50 : 17 (ORV)
ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ଵରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି ।
ଯିରିମିୟ 50 : 18 (ORV)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ତ ଦେଇ ଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ତ ହେବା ।
ଯିରିମିୟ 50 : 19 (ORV)
ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ ।
ଯିରିମିୟ 50 : 20 (ORV)
ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ଵେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ଵେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା ।
ଯିରିମିୟ 50 : 21 (ORV)
ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍ (ଦ୍ଵିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର ।
ଯିରିମିୟ 50 : 22 (ORV)
ଦେଶରେ ସଂଗ୍ରାମର ଓ ମହାବିନାଶର ଶଦ୍ଦ ହେଉଅଛି।
ଯିରିମିୟ 50 : 23 (ORV)
ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି!
ଯିରିମିୟ 50 : 24 (ORV)
ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ ।
ଯିରିମିୟ 50 : 25 (ORV)
ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି ।
ଯିରିମିୟ 50 : 26 (ORV)
ତୁମ୍ଭେମାନେ ପ୍ରା; ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ତାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ ।
ଯିରିମିୟ 50 : 27 (ORV)
ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା ।
ଯିରିମିୟ 50 : 28 (ORV)
ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ ।
ଯିରିମିୟ 50 : 29 (ORV)
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରେ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।
ଯିରିମିୟ 50 : 30 (ORV)
ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ତରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ ।
ଯିରିମିୟ 50 : 31 (ORV)
ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ ।
ଯିରିମିୟ 50 : 32 (ORV)
ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ ।
ଯିରିମିୟ 50 : 33 (ORV)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;
ଯିରିମିୟ 50 : 34 (ORV)
(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶା; ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ ।
ଯିରିମିୟ 50 : 35 (ORV)
ସଦାପ୍ରଭୁ କହନ୍ତି, କଲ୍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ଼୍‍ଗ ଅଛି ।
ଯିରିମିୟ 50 : 36 (ORV)
ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ଼୍‍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ଼୍‍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ ।
ଯିରିମିୟ 50 : 37 (ORV)
ସେମାନଙ୍କର ଅଶ୍ଵଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକ ସମସ୍ତଙ୍କ ଉପରେ ଗୋଟିଏ ଖଡ଼୍‍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ତାରସମୂହ ଉପରେ ଗୋଟିଏ ଖଡ଼୍‍ଗ ଅଛି, ଆଉ ସେ ସବୁ ଲୁଟିତ ହେବ ।
ଯିରିମିୟ 50 : 38 (ORV)
ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ; କାରଣ ସେ ଖୋଦିତ ପ୍ରତିମାଗଣର ଦେଶ, ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି ।
ଯିରିମିୟ 50 : 39 (ORV)
ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଉଷ୍ଟ୍ରପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି-ସ୍ଥାନ ନୋହିବ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ ।
ଯିରିମିୟ 50 : 40 (ORV)
ସଦାପ୍ରଭୁ କହନ୍ତି, ପରମେଶ୍ଵର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ ।
ଯିରିମିୟ 50 : 41 (ORV)
ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ ।
ଯିରିମିୟ 50 : 42 (ORV)
ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି ।
ଯିରିମିୟ 50 : 43 (ORV)
ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରା; କରିଅଛି ।
ଯିରିମିୟ 50 : 44 (ORV)
ଦେଖ, ସେ ଦୃଢ଼ ନିବାସ-ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ-ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛିଣ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ? ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛିଣ?
ଯିରିମିୟ 50 : 45 (ORV)
ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ-ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ ।
ଯିରିମିୟ 50 : 46 (ORV)
ବାବିଲ ଶତ୍ରୁହସ୍ତଗତ ହେବାର ଶଦ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46

BG:

Opacity:

Color:


Size:


Font: