ଯିରିମିୟ 9 : 1 (ORV)
ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି!
ଯିରିମିୟ 9 : 2 (ORV)
ଆଃ, ପଥିକମାନଙ୍କର ବସା ପରି ଯେବେ ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେସମସ୍ତେ ବ୍ୟଭିଚାରୀ, ବିଶ୍ଵାସଘାତକ ଲୋକଙ୍କର ସମାଜ ।
ଯିରିମିୟ 9 : 3 (ORV)
ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ଵାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ⇧, ଏହା ସଦାପ୍ରଭୁ କହନ୍ତି ।
ଯିରିମିୟ 9 : 4 (ORV)
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ଵାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତା; ଅପହରଣ କରିବ ଓ ପ୍ରତ୍ୟେକ ପ୍ରତିବାସୀ ନିନ୍ଦା ଘେନି ବୁଲିବ ।
ଯିରିମିୟ 9 : 5 (ORV)
ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ଵାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି ।
ଯିରିମିୟ 9 : 6 (ORV)
ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତିସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ଵୀକାର କରନ୍ତି ।
ଯିରିମିୟ 9 : 7 (ORV)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା?
ଯିରିମିୟ 9 : 8 (ORV)
ସେମାନଙ୍କର ଜିହ୍ଵା ପ୍ରାଣନାଶକ ତୀର ସ୍ଵରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି ।
ଯିରିମିୟ 9 : 9 (ORV)
ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ?
ଯିରିମିୟ 9 : 10 (ORV)
ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି ।
ଯିରିମିୟ 9 : 11 (ORV)
ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା ।
ଯିରିମିୟ 9 : 12 (ORV)
ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ?
ଯିରିମିୟ 9 : 13 (ORV)
ଆହୁରି, ସଦାପ୍ରଭୁ କହନ୍ତି, କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
ଯିରିମିୟ 9 : 14 (ORV)
ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି;
ଯିରିମିୟ 9 : 15 (ORV)
ଏଥିପାଇଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍, ଏହି ଲୋକମାନଙ୍କୁ ନାଗଦଅଣା ଭୋଜନ କରାଇବା ଓ ବିଷ-ବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା ।
ଯିରିମିୟ 9 : 16 (ORV)
ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେଯାଏ ସେମାନଙ୍କୁ ସଂହାର ନ କରୁ, ସେଯାଏ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା ।
ଯିରିମିୟ 9 : 17 (ORV)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
ଯିରିମିୟ 9 : 18 (ORV)
ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁ-ପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ ।
ଯିରିମିୟ 9 : 19 (ORV)
କାରଣ ସିୟୋନଠାରୁ ଏହି ହାହାକାର ଶଦ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ ।
ଯିରିମିୟ 9 : 20 (ORV)
ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକି ବିଳାପ କରିବାର ଶିକ୍ଷା ଦିଅ ।
ଯିରିମିୟ 9 : 21 (ORV)
କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ ।
ଯିରିମିୟ 9 : 22 (ORV)
କୁହ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ-ମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ ।
ଯିରିମିୟ 9 : 23 (ORV)
ସଦାପ୍ରଭୁ ଏହି କଥା କହନ୍ତି, ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
ଯିରିମିୟ 9 : 24 (ORV)
ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ ।
ଯିରିମିୟ 9 : 25 (ORV)
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ତ ଦେବା, ଏପରି ସମୟ ଆସୁଅଛି;
ଯିରିମିୟ 9 : 26 (ORV)
ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ-କୋଣ ମୁଣ୍ତନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ତ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ-ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: