ଯିହିଜିକଲ 14 : 1 (ORV)
ଅନନ୍ତର ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ ।
ଯିହିଜିକଲ 14 : 2 (ORV)
ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ।
ଯିହିଜିକଲ 14 : 3 (ORV)
ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?
ଯିହିଜିକଲ 14 : 4 (ORV)
ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା;
ଯିହିଜିକଲ 14 : 5 (ORV)
ଏହିରୂପେ ଆମ୍ଭେ ଇସ୍ରାଏଲ-ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେସମସ୍ତେ ଆପଣା ଆପଣା ଦେବଗଣ ଦ୍ଵାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି ।
ଯିହିଜିକଲ 14 : 6 (ORV)
ଏହେତୁ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ ।
ଯିହିଜିକଲ 14 : 7 (ORV)
କାରଣ ଇସ୍ରାଏଲ-ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ୍ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା ।
ଯିହିଜିକଲ 14 : 8 (ORV)
ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
ଯିହିଜିକଲ 14 : 9 (ORV)
ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯେବେ କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାକୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା ।
ଯିହିଜିକଲ 14 : 10 (ORV)
ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ଵେଷଣକାରୀର ଅଧର୍ମ ଏକ ସମାନ ହେବ;
ଯିହିଜିକଲ 14 : 11 (ORV)
ତହିଁରେ ଇସ୍ରାଏଲ-ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ଵାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 14 : 12 (ORV)
ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
ଯିହିଜିକଲ 14 : 13 (ORV)
ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ ଲଘଂନ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
ଯିହିଜିକଲ 14 : 14 (ORV)
ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯେବେ ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ଵାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 14 : 15 (ORV)
ଆମ୍ଭେ ଯେବେ ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ଵଂସସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
ଯିହିଜିକଲ 14 : 16 (ORV)
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ଵଂସସ୍ଥାନ ହେବ ।
ଯିହିଜିକଲ 14 : 17 (ORV)
ଅଥବା ଆମ୍ଭେ ଯେବେ ସେହି ଦେଶ ବିରୁଦ୍ଧରେ ଖଡ଼୍‍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍‍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ;
ଯିହିଜିକଲ 14 : 18 (ORV)
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ ।
ଯିହିଜିକଲ 14 : 19 (ORV)
ଅଥବା ଆମ୍ଭେ ଯେବେ ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
ଯିହିଜିକଲ 14 : 20 (ORV)
ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ଵାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।
ଯିହିଜିକଲ 14 : 21 (ORV)
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍‍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ତ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?
ଯିହିଜିକଲ 14 : 22 (ORV)
ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ଵନା ପାଇବ ।
ଯିହିଜିକଲ 14 : 23 (ORV)
ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23

BG:

Opacity:

Color:


Size:


Font: