ଯିହିଜିକଲ 17 : 1 (ORV)
ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ।
ଯିହିଜିକଲ 17 : 2 (ORV)
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;
ଯିହିଜିକଲ 17 : 3 (ORV)
ତୁମ୍ଭେ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀ ଥିଲା, ତାହାର ପକ୍ଷ ବଡ଼ ଓ ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା: ଯିହି. ୧୭:୧୨ ଦ୍ଵି.ରା.୨୪:୧୨
ଯିହିଜିକଲ 17 : 4 (ORV)
ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା ।
ଯିହିଜିକଲ 17 : 5 (ORV)
ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବରା ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା ।
ଯିହିଜିକଲ 17 : 6 (ORV)
ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା ।
ଯିହିଜିକଲ 17 : 7 (ORV)
ପୁଣି, ଆଉ ଗୋଟିଏ ବଡ଼ ବଡ଼ ପକ୍ଷ ଓ ଅନେକ ଲୋମବିଶିଷ୍ଟ ବୃହତ ଉତ୍କ୍ରୋଶ ପକ୍ଷୀ ଥିଲା; ଆଉ ଦେଖ, ସେହି ଦ୍ରାକ୍ଷାଲତା ଜଳରେ ସେଚିତ ହେବା ପାଇଁ ଆପଣା ରୋପିତ ହେବା କିଆରିରୁ ତାହାର ଆଡ଼େ ଆପଣା ମୂଳ ବକ୍ର କରି ଶାଖା ବିସ୍ତାର କଲା ।
ଯିହିଜିକଲ 17 : 8 (ORV)
ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବରା ଭୂମିରେ ରୋପିତ ହୋଇଥିଲା ।
ଯିହିଜିକଲ 17 : 9 (ORV)
ତୁମ୍ଭେ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ?
ଯିହିଜିକଲ 17 : 10 (ORV)
ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ? ବଢ଼ିବା କିଆରିରେ ତାହା ଶୁଷ୍କ ହୋଇଯିବ ।
ଯିହିଜିକଲ 17 : 11 (ORV)
ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 17 : 12 (ORV)
ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା;
ଯିହିଜିକଲ 17 : 13 (ORV)
ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ ଯିହି. ୨୯:୧୪
ଯିହିଜିକଲ 17 : 14 (ORV)
ସେ ରାଜବଂଶରୁ ଗୋଟିଏ ବୀଜ ନେଇ ତାହା ସଙ୍ଗେ ନିୟମ କଲା, ମଧ୍ୟ ତାହାକୁ ଶପଥାଧୀନ କଲା ଓ ଦେଶର ପରାକ୍ରମୀ ଲୋକମାନଙ୍କୁ ନେଇଗଲା ।
ଯିହିଜିକଲ 17 : 15 (ORV)
ମାତ୍ର ସେ ଅଶ୍ଵଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା । ସେ କି କୃତକାର୍ଯ୍ୟ ହେବ।? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବଣ?
ଯିହିଜିକଲ 17 : 16 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ ।
ଯିହିଜିକଲ 17 : 17 (ORV)
ପୁଣି, ଅନେକ ଲୋକଙ୍କୁ ଉଚ୍ଛିନ୍ନ କରିବା ପାଇଁ ସେମାନେ ଯେତେବେଳେ ବନ୍ଧ ବାନ୍ଧିବେ ଓ ଗଡ଼ ନିର୍ମାଣ କରିବେ, ସେତେବେଳେ ଫାରୋ ଆପଣାର ପରାକ୍ରା; ସୈନ୍ୟସାମ; ଓ ମହାସୈନ୍ୟଦଳ ଦ୍ଵାରା ଯୁଦ୍ଧରେ ତାହାର ସାହାଯ୍ୟ କରିବ ନାହିଁ ।
ଯିହିଜିକଲ 17 : 18 (ORV)
କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ ।
ଯିହିଜିକଲ 17 : 19 (ORV)
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ତୁଚ୍ଛ କରିଅଛି ଓ ଆମ୍ଭର ଯେଉଁ ନିୟମ ଭଙ୍ଗ କରିଅଛି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତହିଁର ପ୍ରତିଫଳ ତାହାର ମସ୍ତକରେ ବର୍ତ୍ତାଇବା ।
ଯିହିଜିକଲ 17 : 20 (ORV)
ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେସ୍ଥାନରେ ଆମ୍ଭେ ତାହାର ବିଚାର କରିବା ।
ଯିହିଜିକଲ 17 : 21 (ORV)
ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ଼୍‍ଗରେ ପତିତ ହେବେ ଓ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ ।
ଯିହିଜିକଲ 17 : 22 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;
ଯିହିଜିକଲ 17 : 23 (ORV)
ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ ।
ଯିହିଜିକଲ 17 : 24 (ORV)
ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: