ଯିହିଜିକଲ 21 : 1 (ORV)
ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 21 : 2 (ORV)
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ଆଡ଼େ ଆପଣା ମୁଖ ରଖ, ପବିତ୍ର ସ୍ଥାନସମୂହର ଆଡ଼େ ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର,
ଯିହିଜିକଲ 21 : 3 (ORV)
ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ଼୍‍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ଉଚ୍ଛିନ୍ନ କରିବା ।
ଯିହିଜିକଲ 21 : 4 (ORV)
ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ଉଚ୍ଛିନ୍ନ କରିବା, ଏଥିପାଇଁ ଆମ୍ଭର ଖଡ଼୍‍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
ଯିହିଜିକଲ 21 : 5 (ORV)
ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ଼୍‍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ ।
ଯିହିଜିକଲ 21 : 6 (ORV)
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ଵାସ ଛାଡ଼; ତୁମ୍ଭେ ଆପଣା କଟୀ ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ଵାସ ଛାଡ଼ିବ ।
ଯିହିଜିକଲ 21 : 7 (ORV)
ଆଉ, ତୁମ୍ଭେ କିହେତୁ ଦୀର୍ଘ ନିଃଶ୍ଵାସ ଛାଡ଼ୁଅଛ? ଏ କଥା ଯେବେ ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ଵାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳା; ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 21 : 8 (ORV)
ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 21 : 9 (ORV)
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ଼୍‍ଗ, ଖଡ଼୍‍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜ୍ଜିତ ହୋଇଅଛି;
ଯିହିଜିକଲ 21 : 10 (ORV)
ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ତ ଯାବତୀୟ କାଷ୍ଠକୁ ତୁଚ୍ଛ କରେ ।
ଯିହିଜିକଲ 21 : 11 (ORV)
ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ଼୍‍ଗ ଶାଣିତ ଓ ମାର୍ଜିତ ହୋଇଅଛି ।
ଯିହିଜିକଲ 21 : 12 (ORV)
ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ଼୍‍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁଦେଶରେ ଆଘାତ କର ।
ଯିହିଜିକଲ 21 : 13 (ORV)
କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି ସେହି ତୁଚ୍ଛକାରୀ ରାଜଦଣ୍ତ ଯେବେ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 21 : 14 (ORV)
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ଼୍‍ଗ, ଆହତ ଲୋକମାନଙ୍କର ଖଡ଼୍‍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ଼୍‍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ ।
ଯିହିଜିକଲ 21 : 15 (ORV)
ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ବିସ୍ତର ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ଵାର ବିରୁଦ୍ଧରେ ଖଡ଼୍‍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି ।
ଯିହିଜିକଲ 21 : 16 (ORV)
ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ଆଡ଼େ ଯାଅ; ଯେକୌଣସି ଆଡ଼େ ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର) ।
ଯିହିଜିକଲ 21 : 17 (ORV)
ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।
ଯିହିଜିକଲ 21 : 18 (ORV)
ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 21 : 19 (ORV)
ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ଼୍‍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ-ମୁଣ୍ତରେ ଚିହ୍ନିତ କର ।
ଯିହିଜିକଲ 21 : 20 (ORV)
ଅମ୍ମୋନ ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ଼୍‍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର ।
ଯିହିଜିକଲ 21 : 21 (ORV)
କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ତରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ୍ ନିରୀକ୍ଷଣ କଲା ।
ଯିହିଜିକଲ 21 : 22 (ORV)
ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍, ସେସ୍ଥାନରେ ପ୍ରାଚୀରଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ଵରରେ ସିଂହନାଦ କରିବାକୁ, ନଗରର ଦ୍ଵାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା ।
ଯିହିଜିକଲ 21 : 23 (ORV)
ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରରୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ ।
ଯିହିଜିକଲ 21 : 24 (ORV)
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞାଲଘଂନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣକୁ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ ।
ଯିହିଜିକଲ 21 : 25 (ORV)
ପୁଣି, ହେ ଆହତ ଦୁଷ୍ଟଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
ଯିହିଜିକଲ 21 : 26 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର ।
ଯିହିଜିକଲ 21 : 27 (ORV)
ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା ।
ଯିହିଜିକଲ 21 : 28 (ORV)
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁଇ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
ଯିହିଜିକଲ 21 : 29 (ORV)
ଖଡ଼୍‍ଗ, ଖଡ଼୍‍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜ୍ଜିତ ହୋଇଅଛି ।
ଯିହିଜିକଲ 21 : 30 (ORV)
ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ । ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା ।
ଯିହିଜିକଲ 21 : 31 (ORV)
ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ।
ଯିହିଜିକଲ 21 : 32 (ORV)
ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ଵରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ (ପତିତ) ହେବ; ତୁମ୍ଭେ ଆଉ ସ୍ମୃତି ପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32

BG:

Opacity:

Color:


Size:


Font: