ଯିହିଜିକଲ 23 : 1 (ORV)
ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 23 : 2 (ORV)
ହେ ମନୁଷ୍ୟ-ସନ୍ତାନ, ଦୁଇ ସ୍ତ୍ରୀ ଥିଲେ, ସେମାନେ ଏକ ମାତାର କନ୍ୟା;
ଯିହିଜିକଲ 23 : 3 (ORV)
ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ ।
ଯିହିଜିକଲ 23 : 4 (ORV)
ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ଵୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ଵୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ । ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ ।
ଯିହିଜିକଲ 23 : 5 (ORV)
ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,
ଯିହିଜିକଲ 23 : 6 (ORV)
ସେମାନେ ନୀଳାମ୍ଵର ପରିହିତ, ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ଵାରୋହୀ ଥିଲେ ।
ଯିହିଜିକଲ 23 : 7 (ORV)
ପୁଣି, ସେ ସେମାନଙ୍କର, ଅର୍ଥାତ୍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ଵାରା ଆପଣାକୁ ଭ୍ରଷ୍ଟା କଲା ।
ଯିହିଜିକଲ 23 : 8 (ORV)
ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ ।
ଯିହିଜିକଲ 23 : 9 (ORV)
ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ ।
ଯିହିଜିକଲ 23 : 10 (ORV)
ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାକୁ ସେମାନେ ଖଡ଼୍‍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ତାଜ୍ଞା ସଫଳ କଲେ ।
ଯିହିଜିକଲ 23 : 11 (ORV)
ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା-କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା-କ୍ରିୟା ଅପେକ୍ଷା ତାହାର ବେଶ୍ୟା-କ୍ରିୟା ଅଧିକ ଥିଲା ।
ଯିହିଜିକଲ 23 : 12 (ORV)
ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟ; ସୁନ୍ଦର ବସ୍ତ୍ର ପରିହିତ, ଅଶ୍ଵାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ ।
ଯିହିଜିକଲ 23 : 13 (ORV)
ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ ।
ଯିହିଜିକଲ 23 : 14 (ORV)
ପୁଣି, ସେ ଆପଣା ବେଶ୍ୟା କ୍ରିୟା ବଢ଼ାଇଲା; କାରଣ ସେ କାନ୍ଥରେ ଚିତ୍ରିତ ପୁରୁଷମାନଙ୍କର, ଅର୍ଥାତ୍, କଲ୍ଦୀୟମାନଙ୍କର ସିନ୍ଦୂରଚିତ୍ରିତ ମୂର୍ତ୍ତି ଦେଖିଲା,
ଯିହିଜିକଲ 23 : 15 (ORV)
ସେମାନଙ୍କ କଟୀରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେସମସ୍ତେ ଦେଖିବାକୁ କଲ୍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ ।
ଯିହିଜିକଲ 23 : 16 (ORV)
ପୁଣି, ସେ ସେମାନଙ୍କୁ ଦେଖିବାମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍ଦୀୟ ଦେଶକୁ ସେମାନଙ୍କ ନିକଟକୁ ଦୂତ ପଠାଇଲା ।
ଯିହିଜିକଲ 23 : 17 (ORV)
ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ଵାରା ତାହାକୁ ଅଶୁଚି କଲେ, ପୁଣି ସେମାନଙ୍କ ଦ୍ଵାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା ।
ଯିହିଜିକଲ 23 : 18 (ORV)
ଏହିରୂପେ ସେ ଆପଣା ବେଶ୍ୟା-କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେପରି ତାହାଠାରୁ ହିଁ ବିମୁଖ ହେଲା ।
ଯିହିଜିକଲ 23 : 19 (ORV)
ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା ।
ଯିହିଜିକଲ 23 : 20 (ORV)
ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ଵଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତି-ମାନଙ୍କଠାରେ ସେ ଆସକ୍ତା ହେଲା ।
ଯିହିଜିକଲ 23 : 21 (ORV)
ଏହି ପ୍ରକାରେ ମିସ୍ରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ ।
ଯିହିଜିକଲ 23 : 22 (ORV)
ଏନିମନ୍ତେ ହେ ଅହଲୀବେ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
ଯିହିଜିକଲ 23 : 23 (ORV)
ବାବିଲୋନୀୟମାନଙ୍କୁ ଓ ସମୁଦାୟ କଲ୍ଦୀୟ ଲୋକଙ୍କୁ, ପକୋଦ, ଶୋୟା ଓ କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେସମସ୍ତେ ମନୋହର ଯୁବା ଲୋକ । ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ଵାରୋହୀ ।
ଯିହିଜିକଲ 23 : 24 (ORV)
ପୁଣି, ସେମାନେ ଅସ୍ତ୍ରଶସ୍ତ୍ର, ରଥ ଓ ଶକଟ ଓ ଗୋଷ୍ଠୀଗଣର ସମାଜ ନେଇ ତୁମ୍ଭ ବିରୁଦ୍ଧରେ ଆସିବେ; ସେମାନେ ସାନ ଓ ବଡ଼ ଢାଲ ଓ ଟୋପର ଧରି ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣାମାନଙ୍କୁ ସଜାଇବେ; ଆଉ, ଆମ୍ଭେ ସେମାନଙ୍କ ହସ୍ତରେ ବିଚାରର ଭାର ସମର୍ପଣ କରିବା ଓ ସେମାନେ ଆପଣାମାନଙ୍କର ବିଚାରାନୁସାରେ ତୁମ୍ଭର ବିଚାର କରିବେ ।
ଯିହିଜିକଲ 23 : 25 (ORV)
ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ଵାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ଼୍‍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ର କନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ଵାରା ଗ୍ରାସିତ ହେବେ ।
ଯିହିଜିକଲ 23 : 26 (ORV)
ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ ।
ଯିହିଜିକଲ 23 : 27 (ORV)
ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ ।
ଯିହିଜିକଲ 23 : 28 (ORV)
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା;
ଯିହିଜିକଲ 23 : 29 (ORV)
ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା-କ୍ରିୟା ପ୍ରକାଶିତ ହେବ ।
ଯିହିଜିକଲ 23 : 30 (ORV)
ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟ ଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ଵାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ ।
ଯିହିଜିକଲ 23 : 31 (ORV)
ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା ।
ଯିହିଜିକଲ 23 : 32 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ ।
ଯିହିଜିକଲ 23 : 33 (ORV)
ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ଵଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ ।
ଯିହିଜିକଲ 23 : 34 (ORV)
ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ତ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି;
ଯିହିଜିକଲ 23 : 35 (ORV)
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର ।
ଯିହିଜିକଲ 23 : 36 (ORV)
ସଦାପ୍ରଭୁ ଆହୁରି ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;
ଯିହିଜିକଲ 23 : 37 (ORV)
କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି ।
ଯିହିଜିକଲ 23 : 38 (ORV)
ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି ।
ଯିହିଜିକଲ 23 : 39 (ORV)
କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି ।
ଯିହିଜିକଲ 23 : 40 (ORV)
ଆହୁରି, ଦୂରରୁ ଆସିବା ପୁରୁଷମାନଙ୍କ ପାଇଁ ତୁମ୍ଭେମାନେ ଲୋକ ପଠାଇଅଛ; ସେମାନଙ୍କ ନିକଟକୁ ଦୂତ ପ୍ରେରିତ ହେଲା, ଆଉ ଦେଖ, ସେମାନେ ଆସିଲେ; ସେମାନଙ୍କ ନିମନ୍ତେ ତୁମ୍ଭେ ସ୍ନାନ କଲ, ଚକ୍ଷୁରେ ଅଞ୍ଜନ ଦେଲ ଓ ଅଳଙ୍କାରରେ ଆପଣାକୁ ବିଭୂଷିତା କଲ;
ଯିହିଜିକଲ 23 : 41 (ORV)
ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ ।
ଯିହିଜିକଲ 23 : 42 (ORV)
ଆଉ, ତାହା ସଙ୍ଗେ ନିଶ୍ଚି; ଲୋକାରଣ୍ୟର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ ।
ଯିହିଜିକଲ 23 : 43 (ORV)
ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ ।
ଯିହିଜିକଲ 23 : 44 (ORV)
ପୁଣି, ଲୋକେ ଯେପରି ବେଶ୍ୟା ନିକଟକୁ ଗମନ କରନ୍ତି, ସେପରି ସେମାନେ ତାହା ନିକଟକୁ ଗମନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ନିକଟକୁ ଗମନ କଲେ ।
ଯିହିଜିକଲ 23 : 45 (ORV)
ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ।
ଯିହିଜିକଲ 23 : 46 (ORV)
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା ।
ଯିହିଜିକଲ 23 : 47 (ORV)
ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ଼୍‍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ର କନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ।
ଯିହିଜିକଲ 23 : 48 (ORV)
ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ ।
ଯିହିଜିକଲ 23 : 49 (ORV)
ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ଵନ୍ଧୀୟ ପାପସକଳର ଭାର ବହିବ; ତହିଁରେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49

BG:

Opacity:

Color:


Size:


Font: