ଯିହିଜିକଲ 24 : 1 (ORV)
ପୁନର୍ବାର ନବମ ବର୍ଷର ଦଶମ ମାସରେ, ମାସର ଦଶମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 24 : 2 (ORV)
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା ।
ଯିହିଜିକଲ 24 : 3 (ORV)
ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ-କଥା କହି ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହଣ୍ତା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳି ଦିଅ;
ଯିହିଜିକଲ 24 : 4 (ORV)
ମାଂସଖଣ୍ତସବୁ, ଉତ୍ତମ ଉତ୍ତମ ଖଣ୍ତସବୁ, ଉରୁ ଓ ସ୍କନ୍ଧ, ତହିଁ ଭିତରେ ଏକତ୍ର କର; ଭଲ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର ।
ଯିହିଜିକଲ 24 : 5 (ORV)
ପଲ ମଧ୍ୟରୁ ଉତ୍ତମ ପଶୁ ନିଅ ଓ ହଣ୍ତା ତଳେ ଅସ୍ଥିସବୁ ସଜାଅ; ତାହା ଉତ୍ତମ ରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ ।
ଯିହିଜିକଲ 24 : 6 (ORV)
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ତା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର! ତୁମ୍ଭେ ଖଣ୍ତ ଖଣ୍ତ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ ।
ଯିହିଜିକଲ 24 : 7 (ORV)
କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;
ଯିହିଜିକଲ 24 : 8 (ORV)
ସେ ରକ୍ତ ପ୍ରତିଶୋଧ ନେବା ନିମନ୍ତେ ଯେପରି କୋପକୁ ଉପସ୍ଥିତ କରାଇବ, ଏଥିପାଇଁ ଆଚ୍ଛାଦିତ ନୋହିବା ନିମନ୍ତେ ଆମ୍ଭେ ଶୁଷ୍କ ଶୈଳ ଉପରେ ତାହା ରଖିଅଛୁ ।ମାଥି. ୭:୨
ଯିହିଜିକଲ 24 : 9 (ORV)
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର! ଆମ୍ଭେ ମଧ୍ୟ ରାଶି ବଡ଼ କରିବା ।
ଯିହିଜିକଲ 24 : 10 (ORV)
କାଠ ଗଦା କର, ଅଗ୍ନି ଜ୍ଵଳାଅ, ମାଂସ ଉତ୍ତମ ରୂପେ ସିଦ୍ଧ କର, ଝୋଳ ବହଳ କର ଓ ଅସ୍ଥିସବୁ ଦଗ୍ଧ ହେଉ ।
ଯିହିଜିକଲ 24 : 11 (ORV)
ତହିଁରେ ହଣ୍ତା ତପ୍ତ ହେବା ପାଇଁ, ତହିଁର ପତଳ ଦଗ୍ଧ ହେବା ପାଇଁ ଓ ତହିଁର ଅଶୌଚ ତହିଁ ମଧ୍ୟରେ ତରଳି ଯିବା ପାଇଁ ଓ କଳଙ୍କ କ୍ଷୟ ପାଇବା ପାଇଁ ତାହା ଖାଲି କର, ତାହା ଜ୍ଵଳନ୍ତା ଅଙ୍ଗାର ଉପରେ ରଖ ।
ଯିହିଜିକଲ 24 : 12 (ORV)
ସେ ପରିଶ୍ରମ କରି କରି ଆପଣାକୁ କ୍ଳା; କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ଵାରା ଯାଏ ନାହିଁ ।
ଯିହିଜିକଲ 24 : 13 (ORV)
ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶା; ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବି ।
ଯିହିଜିକଲ 24 : 14 (ORV)
ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରି ଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 24 : 15 (ORV)
ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 24 : 16 (ORV)
ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।
ଯିହିଜିକଲ 24 : 17 (ORV)
ଦୀର୍ଘ ନିଃଶ୍ଵାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି ଲୋକମାନଙ୍କର ରୁଟୀ ଖାଅ ନାହିଁ ।
ଯିହିଜିକଲ 24 : 18 (ORV)
ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି ।
ଯିହିଜିକଲ 24 : 19 (ORV)
ତହୁଁ ଲୋକମାନେ ମୋତେ କହିଲେ, ତୁମ୍ଭେ ଯେ ଏରୂପ କରୁଅଛ, ଏସବୁ ଆମ୍ଭମାନଙ୍କ ପ୍ରତି କଅଣ, ଏହା କି ଆମ୍ଭମାନଙ୍କୁ କହିବ ନାହିଁ?
ଯିହିଜିକଲ 24 : 20 (ORV)
ତହିଁରେ ମୁଁ ସେମାନଙ୍କୁ କହିଲି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
ଯିହିଜିକଲ 24 : 21 (ORV)
ତୁମ୍ଭେ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ଵରୂପ ଓ ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍‍ଗରେ ପତିତ ହେବେ ।
ଯିହିଜିକଲ 24 : 22 (ORV)
ତହିଁରେ ଆମ୍ଭେ ଯେପରି କରିଅଛୁ, ତୁମ୍ଭେମାନେ ସେପରି କରିବ; ତୁମ୍ଭେମାନେ ଆପଣା ଆପଣା ଓଷ୍ଠାଧର ଆଚ୍ଛାଦନ କରିବ ନାହିଁ, କିଅବା ଲୋକମାନଙ୍କର ରୁଟୀ ଖାଇବ ନାହିଁ ।
ଯିହିଜିକଲ 24 : 23 (ORV)
ପୁଣି, ତୁମ୍ଭମାନଙ୍କର ଶିରୋଭୂଷଣ ତୁମ୍ଭମାନଙ୍କ ମସ୍ତକରେ ଓ ତୁମ୍ଭମାନଙ୍କ ପାଦୁକା ତୁମ୍ଭମାନଙ୍କ ପାଦରେ ରହିବ; ତୁମ୍ଭେମାନେ ବିଳାପ କି କ୍ରନ୍ଦନ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆପଣା ଆପଣା ଅଧର୍ମରେ କ୍ଷୀଣ ହୋଇଯିବ ଓ ଏକ ଜଣ ଆରେକର ନିକଟରେ ବିଳାପ କରିବ ।
ଯିହିଜିକଲ 24 : 24 (ORV)
ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ଵରୂପ ହେବେ; ସେ ଯେପରି କରିଅଛନ୍ତି, ତୁମ୍ଭେମାନେ ସର୍ବପ୍ରକାରେ ସେହିପରି କରିବ; ଏହା ଯେତେବେଳେ ଘଟିବ, ସେତେବେଳେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ, ।
ଯିହିଜିକଲ 24 : 25 (ORV)
ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଯେଉଁ ଦିନ ସେମାନଙ୍କର ବଳ, ସେମାନଙ୍କର ଗୌରବଜନକ ଆନନ୍ଦ, ସେମାନଙ୍କର ନୟନର ପ୍ରୀତିପାତ୍ର ଓ ଯହିଁରେ ସେମାନେ ଆପଣା ଚିତ୍ତ ଆସକ୍ତ କରନ୍ତି, ସେମାନଙ୍କର ପୁତ୍ର ଓ କନ୍ୟାଗଣ ସେମାନଙ୍କଠାରୁ ହରଣ କରିବା,
ଯିହିଜିକଲ 24 : 26 (ORV)
ସେ ଦିନ ତାହା ତୁମ୍ଭ କର୍ଣ୍ଣଗୋଚର କରାଇବା ନିମନ୍ତେ ପଳାତକ ଲୋକ କି ତୁମ୍ଭ ନିକଟକୁ ଆସିବ ନାହିଁ?
ଯିହିଜିକଲ 24 : 27 (ORV)
ସେ ଦିନ ପଳାତକ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ, ତହିଁରେ ତୁମ୍ଭେ ଆଉ ଘୁଙ୍ଗା ନ ହୋଇ କଥା କହିବ; ଏହିରୂପେ ତୁମ୍ଭେ ସେମାନଙ୍କ ପ୍ରତି ଚିହ୍ନ ସ୍ଵରୂପ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27

BG:

Opacity:

Color:


Size:


Font: