ଯିହିଜିକଲ 28 : 1 (ORV)
ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 28 : 2 (ORV)
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, ମୁଁ ଈଶ୍ଵର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ଵରଙ୍କ ଆସନରେ ବସିଅଛି, ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ଵରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ଵର ନୁହଁ, ମନୁଷ୍ୟ ମାତ୍ର ଅଟ ।
ଯିହିଜିକଲ 28 : 3 (ORV)
ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତିଣ: ଦାନି. ୧:୨୦; ୨:୨୦-୨୩,୨୮; ୫:୧୧,୧୨
ଯିହିଜିକଲ 28 : 4 (ORV)
ତୁମ୍ଭେ ଆପଣା ଜ୍ଞାନ ଦ୍ଵାରା ଓ ଆପଣା ବୁଦ୍ଧି ଦ୍ଵାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ତାରରେ ସୁନା-ରୂପା ସଞ୍ଚୟ କରିଅଛ;
ଯିହିଜିକଲ 28 : 5 (ORV)
ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ଵାରା ଓ ବାଣିଜ୍ୟ ଦ୍ଵାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ।
ଯିହିଜିକଲ 28 : 6 (ORV)
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ଵରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ହେତୁରୁ,
ଯିହିଜିକଲ 28 : 7 (ORV)
ଦେଖ, ଆମ୍ଭେ ବିଦେଶୀୟମାନଙ୍କୁ, ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଲୋକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; ତହିଁରେ ସେମାନେ ତୁମ୍ଭର ଜ୍ଞାନରୂପ ସୌନ୍ଦର୍ଯ୍ୟର ପ୍ରତିକୂଳରେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରିବେ ଓ ତୁମ୍ଭର ଶୋଭା ଭ୍ରଷ୍ଟ କରିବେ ।
ଯିହିଜିକଲ 28 : 8 (ORV)
ସେମାନେ ତୁମ୍ଭକୁ ଗର୍ତ୍ତକୁ ଓହ୍ଲାଇ ଆଣିବେ ଓ ତୁମ୍ଭେ ସମୁଦ୍ରମାନଙ୍କର ମଧ୍ୟସ୍ଥାନରେ ହତ ଲୋକମାନଙ୍କ ମୃତ୍ୟୁ ତୁଲ୍ୟ ମୃତ୍ୟୁଭୋଗ କରିବ ।
ଯିହିଜିକଲ 28 : 9 (ORV)
ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ମୁଁ ଈଶ୍ଵର? ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ଵର ନୁହଁ ।
ଯିହିଜିକଲ 28 : 10 (ORV)
ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 28 : 11 (ORV)
ଆହୁରି ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 28 : 12 (ORV)
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି । ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ ।
ଯିହିଜିକଲ 28 : 13 (ORV)
ତୁମ୍ଭେ ପରମେଶ୍ଵରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେସବୁ ପ୍ରସ୍ତୁତ ହୋଇଥିଲା ।
ଯିହିଜିକଲ 28 : 14 (ORV)
ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ଵରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ ।
ଯିହିଜିକଲ 28 : 15 (ORV)
ତୁମ୍ଭ ମଧ୍ୟରେ ଅଧର୍ମ ଦେଖାଯିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ସୃଷ୍ଟି ଦିନଠାରୁ ଆପଣା ଆଚରଣରେ ସିଦ୍ଧ ଥିଲ ।
ଯିହିଜିକଲ 28 : 16 (ORV)
ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ଵରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ ।
ଯିହିଜିକଲ 28 : 17 (ORV)
ତୁମ୍ଭର ସୌନ୍ଦର୍ଯ୍ୟ ହେତୁରୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ ।
ଯିହିଜିକଲ 28 : 18 (ORV)
ତୁମ୍ଭେ ଆପଣାର ଅଧର୍ମରେ ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ଵାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ ।
ଯିହିଜିକଲ 28 : 19 (ORV)
ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ ।
ଯିହିଜିକଲ 28 : 20 (ORV)
ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
ଯିହିଜିକଲ 28 : 21 (ORV)
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ଆଡ଼େ ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
ଯିହିଜିକଲ 28 : 22 (ORV)
ଆଉ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ଵିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ତାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ, ।
ଯିହିଜିକଲ 28 : 23 (ORV)
କାରଣ ଆମ୍ଭେ ନଗର ମଧ୍ୟକୁ ମହାମାରୀ ଓ ତାହାର ସମସ୍ତ ଛକକୁ ରକ୍ତ ପଠାଇବା; ପୁଣି, ତାହାର ଚତୁର୍ଦ୍ଦିଗସ୍ଥିତ ଖଡ଼୍‍ଗ ଦ୍ଵାରା ଆହତ ଲୋକମାନେ ତାହା ମଧ୍ୟରେ ପତିତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ ।
ଯିହିଜିକଲ 28 : 24 (ORV)
ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
ଯିହିଜିକଲ 28 : 25 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ-ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ ।
ଯିହିଜିକଲ 28 : 26 (ORV)
ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ତାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଅଟୁ, ଏହା ସେମାନେ ଜାଣିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: