ଯିହିଜିକଲ 35 : 1 (ORV)
ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 35 : 2 (ORV)
ହେ ମନୁଷ୍ୟସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ତାହାକୁ କୁହ,
ଯିହିଜିକଲ 35 : 3 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ଵଂସସ୍ଥାନ ଓ ବିସ୍ମୟର ବିଷୟ କରିବା ।
ଯିହିଜିକଲ 35 : 4 (ORV)
ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ଵଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ ।
ଯିହିଜିକଲ 35 : 5 (ORV)
ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ଼୍‍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
ଯିହିଜିକଲ 35 : 6 (ORV)
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ ।
ଯିହିଜିକଲ 35 : 7 (ORV)
ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ବିସ୍ମୟର ବିଷୟ ଓ ଧ୍ଵଂସସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା ।
ଯିହିଜିକଲ 35 : 8 (ORV)
ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସକଳରେ ଖଡ଼୍‍ଗ ଦ୍ଵାରା ହତ ଲୋକମାନେ ପତିତ ହେବେ ।
ଯିହିଜିକଲ 35 : 9 (ORV)
ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ଵଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
ଯିହିଜିକଲ 35 : 10 (ORV)
ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋର ହେବ ଓ ଆମ୍ଭେମାନେ ତାହା ଅଧିକାର କରିବା;
ଯିହିଜିକଲ 35 : 11 (ORV)
ଏହେତୁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ହେତୁରୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା ।
ଯିହିଜିକଲ 35 : 12 (ORV)
ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, ସେସବୁ ଧ୍ଵଂସସ୍ଥାନ ଓ ସେସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ ।
ଯିହିଜିକଲ 35 : 13 (ORV)
ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ ।
ଯିହିଜିକଲ 35 : 14 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ଵଂସ କରିବା ।
ଯିହିଜିକଲ 35 : 15 (ORV)
ଇସ୍ରାଏଲ-ବଂଶର ଅଧିକାର ଧ୍ଵଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ଵଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ ।

1 2 3 4 5 6 7 8 9 10 11 12 13 14 15

BG:

Opacity:

Color:


Size:


Font: