ଯିହିଜିକଲ 36 : 1 (ORV)
ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ।
ଯିହିଜିକଲ 36 : 2 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀ ସକଳ ଆମ୍ଭମାନଙ୍କର ଅଧିକୃତ ହେଲା;
ଯିହିଜିକଲ 36 : 3 (ORV)
ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ଵଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ଆସ୍ପଦ ହୋଇଅଛ;
ଯିହିଜିକଲ 36 : 4 (ORV)
ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପ-ପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ଵଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
ଯିହିଜିକଲ 36 : 5 (ORV)
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତା; ଆପଣା ଅନ୍ତରାଗ୍ନିର ଜ୍ଵାଳାରେ କହିଅଛୁ;
ଯିହିଜିକଲ 36 : 6 (ORV)
ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପ-ପର୍ବତଗଣକୁ, ଜଳ-ପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟ-ମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳାରେ ଓ କୋପରେ କଥା କହିଅଛୁ;
ଯିହିଜିକଲ 36 : 7 (ORV)
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।
ଯିହିଜିକଲ 36 : 8 (ORV)
ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ ।
ଯିହିଜିକଲ 36 : 9 (ORV)
ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ ।
ଯିହିଜିକଲ 36 : 10 (ORV)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟ-ମାନଙ୍କୁ, ସମସ୍ତ ଇସ୍ରାଏଲ-ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତିସ୍ଥାନ ହେବ ଓ ଧ୍ଵଂସସ୍ଥାନସକଳ ନିର୍ମିତ ହେବ;
ଯିହିଜିକଲ 36 : 11 (ORV)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣ ହୋଇ ସନ୍ତାନସନ୍ତତିବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବ କାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା । ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
ଯିହିଜିକଲ 36 : 12 (ORV)
ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ଵରୂପ ହେବ, ପୁଣି ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ ।
ଯିହିଜିକଲ 36 : 13 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, ହେ ଦେଶ, ତୁମ୍ଭେ ମନୁଷ୍ୟଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ;
ଯିହିଜିକଲ 36 : 14 (ORV)
ଏଥିପାଇଁ ପ୍ରଭୁ ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି;
ଯିହିଜିକଲ 36 : 15 (ORV)
ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଅପମାନ-ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦା-ବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 36 : 16 (ORV)
ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
ଯିହିଜିକଲ 36 : 17 (ORV)
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ଵାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା ।
ଯିହିଜିକଲ 36 : 18 (ORV)
ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ଵାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,
ଯିହିଜିକଲ 36 : 19 (ORV)
ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ ।
ଯିହିଜିକଲ 36 : 20 (ORV)
ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି ।
ଯିହିଜିକଲ 36 : 21 (ORV)
ତଥାପି ଇସ୍ରାଏଲ-ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା ।
ଯିହିଜିକଲ 36 : 22 (ORV)
ଏହେତୁ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ-ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ ।
ଯିହିଜିକଲ 36 : 23 (ORV)
ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
ଯିହିଜିକଲ 36 : 24 (ORV)
କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା ।
ଯିହିଜିକଲ 36 : 25 (ORV)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ସିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା ।
ଯିହିଜିକଲ 36 : 26 (ORV)
ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା ।
ଯିହିଜିକଲ 36 : 27 (ORV)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ ।
ଯିହିଜିକଲ 36 : 28 (ORV)
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ।
ଯିହିଜିକଲ 36 : 29 (ORV)
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ଵାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ ।
ଯିହିଜିକଲ 36 : 30 (ORV)
ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ ।
ଯିହିଜିକଲ 36 : 31 (ORV)
ସେସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବନ୍ତ ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ ।
ଯିହିଜିକଲ 36 : 32 (ORV)
ପ୍ରଭୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ଆପଣାମାନଙ୍କର ଆଚରଣ ସକାଶୁ ଲଜ୍ଜିତ ଓ ବିଷର୍ଣ୍ଣ ହୁଅ ।
ଯିହିଜିକଲ 36 : 33 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ ।
ଯିହିଜିକଲ 36 : 34 (ORV)
ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ଵଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ ।
ଯିହିଜିକଲ 36 : 35 (ORV)
ତହିଁରେ ଲୋକମାନେ କହିବେ, ଏହି ଧ୍ଵଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ଵଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀର-ବେଷ୍ଟିତ ଓ ବସତି-ସ୍ଥାନ ହୋଇଅଛି ।
ଯିହିଜିକଲ 36 : 36 (ORV)
ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ଵଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା ।
ଯିହିଜିକଲ 36 : 37 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ-ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ଲୋକ ଦେଇ ପଲପରି ସେମାନଙ୍କୁ ବଢ଼ାଇବା ।
ଯିହିଜିକଲ 36 : 38 (ORV)
ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38

BG:

Opacity:

Color:


Size:


Font: