ଯିହିଜିକଲ 39 : 1 (ORV)
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ପ୍ରତିକୂଳରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
ଯିହିଜିକଲ 39 : 2 (ORV)
ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରା; ଭାଗରୁ ତୁମ୍ଭକୁ ଅଣାଇବାନ୍ତ ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;
ଯିହିଜିକଲ 39 : 3 (ORV)
ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା ।
ଯିହିଜିକଲ 39 : 4 (ORV)
ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ ଓ ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା ।
ଯିହିଜିକଲ 39 : 5 (ORV)
ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ ସଦାପ୍ରଭୁ ଏହା କହନ୍ତି ।
ଯିହିଜିକଲ 39 : 6 (ORV)
ପୁଣି, ଆମ୍ଭେ ମାଗୋଗ୍ର ଉପରେ ଓ ଦ୍ଵୀପ-ସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
ଯିହିଜିକଲ 39 : 7 (ORV)
ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ଧର୍ମମୟ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ ।
ଯିହିଜିକଲ 39 : 8 (ORV)
ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ ।
ଯିହିଜିକଲ 39 : 9 (ORV)
ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ର-ଶସ୍ତ୍ର ନେଇ ଅଗ୍ନି କରି ଜ୍ଵଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହିସବୁ ନେଇ ଅଗ୍ନିରେ ଜ୍ଵଳାଇବେ;
ଯିହିଜିକଲ 39 : 10 (ORV)
ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ର-ଶସ୍ତ୍ର ନେଇ ଅଗ୍ନି ଜ୍ଵଳାଇବେ; ଆଉ, ଆପଣା ଲୁଟକାରୀମାନଙ୍କର ଧନ ଲୁଟ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 39 : 11 (ORV)
ପୁଣି, ଆମ୍ଭେ ସେଦିନ ଗୋଗ୍କୁ ଇସ୍ରାଏଲ ମଧ୍ୟରେ କବର-ସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍କୁ ଓ ତାହାର ସମସ୍ତ ଲୋକାରଣ୍ୟକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍ର ଉପତ୍ୟକା ବୋଲି ନାମ ଦେବେ ।
ଯିହିଜିକଲ 39 : 12 (ORV)
ପୁଣି, ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲ-ବଂଶକୁ ସାତ ମାସ ଲାଗିବ ।
ଯିହିଜିକଲ 39 : 13 (ORV)
ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ଵିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶସ୍ଵରୂପ ହେବ ।
ଯିହିଜିକଲ 39 : 14 (ORV)
ପୁଣି, ସେମାନେ ନିତ୍ୟ କାର୍ଯ୍ୟରେ ନିଯୁକ୍ତ ଲୋକମାନଙ୍କୁ ପୃଥକ୍ କରିବେ, ସେହି ଲୋକମାନେ ଦେଶ ଶୁଚି କରିବା ପାଇଁ, ପଥିକମାନଙ୍କ ମଧ୍ୟରୁ ଭୂମିରେ ଅବଶିଷ୍ଟ ଥିବା ଲୋକମାନଙ୍କୁ କବର ଦେବା ନିମନ୍ତେ ଦେଶ ମଧ୍ୟ ଦେଇ ଗମନ କରିବେ; ସାତ ମାସ ଶେଷ ହେଲା ଉତ୍ତାରେ ସେମାନେ ଅନୁସନ୍ଧାନ କରିବେ ।
ଯିହିଜିକଲ 39 : 15 (ORV)
ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟ ଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍ ଉପତ୍ୟକାରେ ତାହାର କବର ଦେବେ ।
ଯିହିଜିକଲ 39 : 16 (ORV)
ଆହୁରି, ଏକ ନଗରର ନାମ ହାମୋନା (ଲୋକାରଣ୍ୟ) ହେବ । ଏହିରୂପେ ସେମାନେ ଦେଶ ଶୁଚି କରିବେ ।
ଯିହିଜିକଲ 39 : 17 (ORV)
ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ରୁଣ୍ତ ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ ।
ଯିହିଜିକଲ 39 : 18 (ORV)
ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ଵରୂପ ଅଟନ୍ତି ।
ଯିହିଜିକଲ 39 : 19 (ORV)
ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ଯଜ୍ଞ କରୁଅଛୁ, ଆମ୍ଭର ସେହି ଯଜ୍ଞରୁ ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ମେଦ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ ।
ଯିହିଜିକଲ 39 : 20 (ORV)
ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ଵ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 39 : 21 (ORV)
ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ ।
ଯିହିଜିକଲ 39 : 22 (ORV)
ଏହିରୂପେ ସେହି ଦିନ ଓ ସେବେଠାରୁ ଇସ୍ରାଏଲ-ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ଵର ଅଟୁ।
ଯିହିଜିକଲ 39 : 23 (ORV)
ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ-ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ଼୍‍ଗ ଦ୍ଵାରା ହତ ହେଲେ ।
ଯିହିଜିକଲ 39 : 24 (ORV)
ସେମାନଙ୍କର ଅଶୁଚିତା, ଆଉ ସେମାନଙ୍କର ଅପରାଧ ଅନୁସାରେ ଆମ୍ଭେ ସେମାନଙ୍କ ପ୍ରତି ବ୍ୟବହାର କଲୁ ଓ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ ।
ଯିହିଜିକଲ 39 : 25 (ORV)
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ-ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍ଯୋଗୀ ହେବା ।
ଯିହିଜିକଲ 39 : 26 (ORV)
ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;
ଯିହିଜିକଲ 39 : 27 (ORV)
ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ ଲଙ୍ଘନ କଲେ, ସେହି ସକଳ ସତ୍ୟ ଲଙ୍ଘନର ଫଳ ଭୋଗ କରିବେ ।
ଯିହିଜିକଲ 39 : 28 (ORV)
ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ ।
ଯିହିଜିକଲ 39 : 29 (ORV)
ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ-ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: