ଯିହିଜିକଲ 41 : 1 (ORV)
ଅନନ୍ତର ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭ ସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ଵୁର ପ୍ରସ୍ଥ ହିଁ ଏତିକି ।
ଯିହିଜିକଲ 41 : 2 (ORV)
ପୁଣି, ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ-ସ୍ଥାନର ପାର୍ଶ୍ଵ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ ।
ଯିହିଜିକଲ 41 : 3 (ORV)
ତେବେ ସେ ଭିତରକୁ ଯାଇ ପ୍ରବେଶ-ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ-ସ୍ଥାନ ଛଅ ହାତ; ଆଉ, ପ୍ରବେଶ-ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ ।
ଯିହିଜିକଲ 41 : 4 (ORV)
ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେନ୍ତ ଆଉ, ସେ ମୋତେ କହିଲେ, ଏହା ମହାପବିତ୍ର ସ୍ଥାନ ଅଟେ ।
ଯିହିଜିକଲ 41 : 5 (ORV)
ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ଵସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ ।
ଯିହିଜିକଲ 41 : 6 (ORV)
ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ଵସ୍ଥ କୋଠରିସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲା; ଆଉ, ପାର୍ଶ୍ଵସ୍ଥ କୋଠରିସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରିସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ ।
ଯିହିଜିକଲ 41 : 7 (ORV)
ପୁଣି, ପାର୍ଶ୍ଵସ୍ଥ କୋଠରିସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା ।
ଯିହିଜିକଲ 41 : 8 (ORV)
ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ମେଜ୍ୟା ଥିଲା; ପାର୍ଶ୍ଵସ୍ଥ କୋଠରିସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ନଳ ଥିଲା ।
ଯିହିଜିକଲ 41 : 9 (ORV)
ବାହାର ଭାଗରେ ପାର୍ଶ୍ଵସ୍ଥ କୋଠରିସକଳର କାନ୍ଥ ପାଞ୍ଚ ହାତ ପ୍ରସ୍ଥ ଥିଲା ଓ ଅବଶିଷ୍ଟ ଯେଉଁ ସ୍ଥାନ ରହିଲା, ତାହା ଗୃହର ପାର୍ଶ୍ଵସ୍ଥ କୋଠରିର ସ୍ଥାନ ଥିଲା ।
ଯିହିଜିକଲ 41 : 10 (ORV)
କୋଠରିସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା ।
ଯିହିଜିକଲ 41 : 11 (ORV)
ପୁଣି, ପାର୍ଶ୍ଵସ୍ଥ କୋଠରିସକଳର ଦ୍ଵାର ସେହି ଅବଶିଷ୍ଟ ସ୍ଥାନ ଆଡ଼େ ଥିଲା, ଗୋଟିଏ ଦ୍ଵାର ଉତ୍ତର ଆଡ଼େ ଓ ଅନ୍ୟ ଦ୍ଵାର ଦକ୍ଷିଣ ଆଡ଼େ ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା ।
ଯିହିଜିକଲ 41 : 12 (ORV)
ପୁଣି, ପଶ୍ଚିମ ଦିଗସ୍ଥ ପୃଥକ୍ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା ।
ଯିହିଜିକଲ 41 : 13 (ORV)
ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ୍ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ।
ଯିହିଜିକଲ 41 : 14 (ORV)
ଆହୁରି, ପୂର୍ବଦିଗରେ ଗୃହର ଓ ପୃଥକ୍ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ ।
ଯିହିଜିକଲ 41 : 15 (ORV)
ଅନନ୍ତର ପୃଥକ୍ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍, ତାହାର ପଶ୍ଚାତ୍ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବରଣ୍ତା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବରଣ୍ତା (ମାପିଲେ);
ଯିହିଜିକଲ 41 : 16 (ORV)
ଦ୍ଵାରର ସମ୍ମୁଖସ୍ଥାନ ଓ ବନ୍ଦ ଜଳାକବାଟିସବୁ ଓ ଦ୍ଵାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବରଣ୍ତାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;
ଯିହିଜିକଲ 41 : 17 (ORV)
ଦ୍ଵାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା ।)
ଯିହିଜିକଲ 41 : 18 (ORV)
ପୁଣି, ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପ କର୍ମ ଥିଲା ଓ କିରୂବ ଓ କିରୂବ ମଧ୍ୟରେ ଏକ ଖର୍ଜ୍ଜୁର ବୃକ୍ଷ ଓ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା ।
ଯିହିଜିକଲ 41 : 19 (ORV)
ଏହିରୂପେ ଏକ ପାର୍ଶ୍ଵସ୍ଥ ଖର୍ଜ୍ଜୁର ବୃକ୍ଷ ଆଡ଼େ ମନୁଷ୍ୟର ମୁଖ ଓ ଅନ୍ୟ ପାର୍ଶ୍ଵସ୍ଥ ଖର୍ଜ୍ଜୁର ବୃକ୍ଷଆଡ଼େ ଯୁବାସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା ।
ଯିହିଜିକଲ 41 : 20 (ORV)
ଭୂମିଠାରୁ ଦ୍ଵାରର ଉପରଭାଗ ପର୍ଯ୍ୟନ୍ତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ହୋଇଥିଲା; ଏହି ପ୍ରକାରେ ମନ୍ଦିରର କାନ୍ଥ ଥିଲା ।
ଯିହିଜିକଲ 41 : 21 (ORV)
ମନ୍ଦିରର ଦ୍ଵାରବନ୍ଧସବୁ ଚତୁଷ୍କୋଣାକାର ଓ ପବିତ୍ର ସ୍ଥାନର ସମ୍ମୁଖ ଦେଶର ଆକୃତି ମନ୍ଦିରର ଆକୃତି ତୁଲ୍ୟ ଥିଲା ।
ଯିହିଜିକଲ 41 : 22 (ORV)
ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲାନ୍ତ ପୁଣି, ସେ ଆମ୍ଭକୁ କହିଲେ, ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି ।
ଯିହିଜିକଲ 41 : 23 (ORV)
ମନ୍ଦିର ଓ ପବିତ୍ର ସ୍ଥାନର ଦୁଇ ଦ୍ଵାର ଥିଲା ।
ଯିହିଜିକଲ 41 : 24 (ORV)
ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍, ଏକ ଦ୍ଵାରର ଦୁଇ ପଟ ଓ ଅନ୍ୟ ଦ୍ଵାରର ଦୁଇ ପଟ ଥିଲା ।
ଯିହିଜିକଲ 41 : 25 (ORV)
ପୁଣି ସେସବୁରେ, ଅର୍ଥାତ୍, ମନ୍ଦିର କବାଟରେ କାନ୍ଥରେ ଯେପରି, ସେହିପରି କିରୂବଗଣ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ଥିଲା; ଆଉ, ବାହାର ବରଣ୍ତାର ଅଗ୍ରଭାଗରେ ମୋଟ କଡ଼ିକାଠ ଥିଲା ।
ଯିହିଜିକଲ 41 : 26 (ORV)
ଆଉ, ବରଣ୍ତାର ପାର୍ଶ୍ଵରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ଵସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: