ଯିହିଜିକଲ 45 : 1 (ORV)
ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ, ସେସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ ।
ଯିହିଜିକଲ 45 : 2 (ORV)
ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ନଳ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ ।
ଯିହିଜିକଲ 45 : 3 (ORV)
ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ ।
ଯିହିଜିକଲ 45 : 4 (ORV)
ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ ।
ଯିହିଜିକଲ 45 : 5 (ORV)
ପୁଣି, ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ ।
ଯିହିଜିକଲ 45 : 6 (ORV)
ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାରରୂପ ଅଂଶର ପାଖେ ପାଖେ ପାଞ୍ଚହଜାର ନଳ ପ୍ରସ୍ଥ ଓ ପଚିଶହଜାର ନଳ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ-ବଂଶର ନିମନ୍ତେ ହେବ ।
ଯିହିଜିକଲ 45 : 7 (ORV)
ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ଵରେ ପଶ୍ଚିମ ଆଡ଼େ ଓ ପୂର୍ବ ପାର୍ଶ୍ଵରେ ପୂର୍ବ ଆଡ଼େ ବିସ୍ତୃତ ହେବନ୍ତ ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ ।
ଯିହିଜିକଲ 45 : 8 (ORV)
ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ ମାତ୍ର ଇସ୍ରାଏଲ-ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ ।
ଯିହିଜିକଲ 45 : 9 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 45 : 10 (ORV)
ତୁମ୍ଭେମାନେ ଯଥାର୍ଥ ତରାଜୁ ଓ ଯଥାର୍ଥ ଐଫା ଓ ଯଥାର୍ଥ ବାତ୍ ରଖିବ ।
ଯିହିଜିକଲ 45 : 11 (ORV)
ବାତ୍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ ।
ଯିହିଜିକଲ 45 : 12 (ORV)
ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ ।
ଯିହିଜିକଲ 45 : 13 (ORV)
ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ;
ଯିହିଜିକଲ 45 : 14 (ORV)
ପୁଣି, ବାତ୍ସମ୍ଵନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ;
ଯିହିଜିକଲ 45 : 15 (ORV)
ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
ଯିହିଜିକଲ 45 : 16 (ORV)
ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ ।
ଯିହିଜିକଲ 45 : 17 (ORV)
ପୁଣି, ପର୍ବାଦିରେ ଓ ଅମାବାସ୍ୟାରେ ଓ ବିଶ୍ରାମବାରସକଳରେ, ଇସ୍ରାଏଲ-ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ-ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ ।
ଯିହିଜିକଲ 45 : 18 (ORV)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସ, ମାସର ପ୍ରଥମ ଦିନ ଦୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ ।
ଯିହିଜିକଲ 45 : 19 (ORV)
ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ଵାର ଚୌକାଠର ଉପରେ ଲଗାଇବ ।
ଯିହିଜିକଲ 45 : 20 (ORV)
ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
ଯିହିଜିକଲ 45 : 21 (ORV)
ପ୍ରଥମ ମାସ, ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟୀ ଭୋଜନ କରାଯିବ ।
ଯିହିଜିକଲ 45 : 22 (ORV)
ପୁଣି, ସେହିଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ ।
ଯିହିଜିକଲ 45 : 23 (ORV)
ଆଉ, ପର୍ବର ସାତ ଦିନଯାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ଯାଏ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ ।
ଯିହିଜିକଲ 45 : 24 (ORV)
ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା ଓ ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ ।
ଯିହିଜିକଲ 45 : 25 (ORV)
ସପ୍ତମ ମାସ, ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନଯାଏ ଏହିରୂପ, ଅର୍ଥାତ୍, ପାପାର୍ଥକ ବଳିର ଓ ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: