ଦାନିଏଲ 4 : 1 (ORV)
ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ ।
ଦାନିଏଲ 4 : 2 (ORV)
ସର୍ବୋପରିସ୍ଥ ପରମେଶ୍ଵର ମୋର ପକ୍ଷରେ ଯେ ଯେ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ବିହିତ ବୋଧ ହେଲା ।
ଦାନିଏଲ 4 : 3 (ORV)
ତାହାଙ୍କର ଚିହ୍ନସକଳ କିପରି ମହତ! ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ଵ ପୁରୁଷାନୁକ୍ରମେ ଥାଏ ।
ଦାନିଏଲ 4 : 4 (ORV)
ମୁଁ ନବୂଖଦ୍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ଵୀ ଥିଲି ।
ଦାନିଏଲ 4 : 5 (ORV)
ମୁଁ ଗୋଟିଏ ସ୍ଵପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା ।
ଦାନିଏଲ 4 : 6 (ORV)
ଏହେତୁ ସ୍ଵପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ଵାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;
ଦାନିଏଲ 4 : 7 (ORV)
ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ଵପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ ।
ଦାନିଏଲ 4 : 8 (ORV)
ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ଵପ୍ନଟି ଜଣାଇ କହିଲି,
ଦାନିଏଲ 4 : 9 (ORV)
ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ଵପ୍ନରେ ଯେ ଯେ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ ।
ଦାନିଏଲ 4 : 10 (ORV)
ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ତଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ ।
ଦାନିଏଲ 4 : 11 (ORV)
ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରା; ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା ।
ଦାନିଏଲ 4 : 12 (ORV)
ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା । କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ ।
ଦାନିଏଲ 4 : 13 (ORV)
ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ଵର୍ଗରୁ ଓହ୍ଲାଇ ଆସିଲେ ।
ଦାନିଏଲ 4 : 14 (ORV)
ସେ ଉଚ୍ଚସ୍ଵର କରି ଏହି କଥା କହିଲେ, ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚିଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ ।
ଦାନିଏଲ 4 : 15 (ORV)
ତଥାପି ଭୂମିରେ ତାହାର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;
ଦାନିଏଲ 4 : 16 (ORV)
ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ; ଆଉ, ତାହା ଉପରେ ସାତ କାଳ ବହିଯାଉ ।
ଦାନିଏଲ 4 : 17 (ORV)
ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ଵାରା ହୋଇଅଛି ।
ଦାନିଏଲ 4 : 18 (ORV)
ମୁଁ ରାଜା ନବୂଖଦ୍ନିତ୍ସର ଏହି ସ୍ଵପ୍ନ ଦେଖିଅଛି; ଏବେ ହେ ବେଲ୍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ଵାନ୍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି ।
ଦାନିଏଲ 4 : 19 (ORV)
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା । ରାଜା ଉତ୍ତର କରି କହିଲା, ହେ ବେଲ୍ଟଶତ୍ସର, ସେହି ସ୍ଵପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ । ବେଲ୍ଟଶତ୍ସର ଉତ୍ତର କରି କହିଲେ, ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ଵପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ ।
ଦାନିଏଲ 4 : 20 (ORV)
ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;
ଦାନିଏଲ 4 : 21 (ORV)
ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା;
ଦାନିଏଲ 4 : 22 (ORV)
ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ଵ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ଵ ପୃଥିବୀର ପ୍ରା; ପର୍ଯ୍ୟନ୍ତ ବ୍ୟାପିଅଛି ।
ଦାନିଏଲ 4 : 23 (ORV)
ପୁଣି, ଆପଣ ଯେ ଦେଖିଲେ, ସ୍ଵର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ ।
ଦାନିଏଲ 4 : 24 (ORV)
ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି ।
ଦାନିଏଲ 4 : 25 (ORV)
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତା ଯିବେ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ ।
ଦାନିଏଲ 4 : 26 (ORV)
ଆହୁରି, ବୃକ୍ଷର ମୂଳ-ଗଣ୍ତି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ଵର୍ଗ ହିଁ କର୍ତ୍ତୃତ୍ଵ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ ।
ଦାନିଏଲ 4 : 27 (ORV)
ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ଵାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ଵାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ ।
ଦାନିଏଲ 4 : 28 (ORV)
ରାଜା ନବୂଖଦ୍ନିତ୍ସର ପ୍ରତି ଏସବୁ ଘଟିଲା ।
ଦାନିଏଲ 4 : 29 (ORV)
ବାର ମାସର ଶେଷରେ ସେ ବାବିଲର ରାଜ-ପ୍ରାସାଦରେ ବୁଲୁଥିଲା ।
ଦାନିଏଲ 4 : 30 (ORV)
ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?
ଦାନିଏଲ 4 : 31 (ORV)
ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ଵର୍ଗୀୟ ବାଣୀ ହେଲା, ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା ।
ଦାନିଏଲ 4 : 32 (ORV)
ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ ।
ଦାନିଏଲ 4 : 33 (ORV)
ସେହି ଦଣ୍ତରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା ।
ଦାନିଏଲ 4 : 34 (ORV)
ଅନନ୍ତର ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ ।
ଦାନିଏଲ 4 : 35 (ORV)
ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ଵର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କʼଣ କରୁଅଛ ଏହା ତାହାଙ୍କୁ କହି ନ ପାରେ ।
ଦାନିଏଲ 4 : 36 (ORV)
ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକୁ ଫେରିଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ଵେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା ।
ଦାନିଏଲ 4 : 37 (ORV)
ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ଵର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37