ଲେବୀୟ ପୁସ୍ତକ 11 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
ଲେବୀୟ ପୁସ୍ତକ 11 : 2 (ORV)
ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁଗଣ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ ।
ଲେବୀୟ ପୁସ୍ତକ 11 : 3 (ORV)
ପଶୁଗଣ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ ।
ଲେବୀୟ ପୁସ୍ତକ 11 : 4 (ORV)
ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରଇ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
ଲେବୀୟ ପୁସ୍ତକ 11 : 5 (ORV)
ପୁଣି ଶାଫନ୍ ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
ଲେବୀୟ ପୁସ୍ତକ 11 : 6 (ORV)
ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
ଲେବୀୟ ପୁସ୍ତକ 11 : 7 (ORV)
ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ।
ଲେବୀୟ ପୁସ୍ତକ 11 : 8 (ORV)
ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି ।
ଲେବୀୟ ପୁସ୍ତକ 11 : 9 (ORV)
ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ ।
ଲେବୀୟ ପୁସ୍ତକ 11 : 10 (ORV)
ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
ଲେବୀୟ ପୁସ୍ତକ 11 : 11 (ORV)
ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ ।
ଲେବୀୟ ପୁସ୍ତକ 11 : 12 (ORV)
ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେ ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ।
ଲେବୀୟ ପୁସ୍ତକ 11 : 13 (ORV)
ଆଉ, ପକ୍ଷୀଗଣ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋ ଓ ହାଡ଼ଭଙ୍ଗା ଓ ବହୀରି,
ଲେବୀୟ ପୁସ୍ତକ 11 : 14 (ORV)
ପୁଣି, ବାଜ ଓ ଆପଣା ଆପଣା ଜାତି ଅନୁସାରେ ଚିଲ,
ଲେବୀୟ ପୁସ୍ତକ 11 : 15 (ORV)
ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ,
ଲେବୀୟ ପୁସ୍ତକ 11 : 16 (ORV)
ଉଷ୍ଟ୍ର ପକ୍ଷୀ ଓ ତାମସ ପକ୍ଷୀ ଓ ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ,
ଲେବୀୟ ପୁସ୍ତକ 11 : 17 (ORV)
ପୁଣି, କୋଷପକ୍ଷୀ ଓ ପାଣିକୁଆ ଓ ବଗ,
ଲେବୀୟ ପୁସ୍ତକ 11 : 18 (ORV)
ଦୀର୍ଘଗଳ ହଂସ ଓ ପାଣିଭେଳା ଓ ସାଗୁଣା;
ଲେବୀୟ ପୁସ୍ତକ 11 : 19 (ORV)
ପୁଣି ଚରଳ, ଆପଣା ଆପଣା ଜାତି ଅନୁସାରେ କଙ୍କ ଓ ଟିଟ୍ଟିଭ ଓ ଚାମଚିକା ।
ଲେବୀୟ ପୁସ୍ତକ 11 : 20 (ORV)
ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ ।
ଲେବୀୟ ପୁସ୍ତକ 11 : 21 (ORV)
ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ ।
ଲେବୀୟ ପୁସ୍ତକ 11 : 22 (ORV)
ଅର୍ଥାତ୍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ ଓ ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ ଓ ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ ।
ଲେବୀୟ ପୁସ୍ତକ 11 : 23 (ORV)
ମାତ୍ର ଏହା ଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ ।
ଲେବୀୟ ପୁସ୍ତକ 11 : 24 (ORV)
ଆଉ, ଏମାନଙ୍କ ଦ୍ଵାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
ଲେବୀୟ ପୁସ୍ତକ 11 : 25 (ORV)
ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
ଲେବୀୟ ପୁସ୍ତକ 11 : 26 (ORV)
ଯେସବୁ ଜନ୍ତୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଏଁ, ସେ ଅଶୁଚି ହେବ ।
ଲେବୀୟ ପୁସ୍ତକ 11 : 27 (ORV)
ପୁଣି ଚାରିଗୋଡ଼ିଆ ବନଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଅଁଇ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
ଲେବୀୟ ପୁସ୍ତକ 11 : 28 (ORV)
ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି ।
ଲେବୀୟ ପୁସ୍ତକ 11 : 29 (ORV)
ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ତୁଅ;
ଲେବୀୟ ପୁସ୍ତକ 11 : 30 (ORV)
ଆଉ, ଝିଟିପିଟି ଓ ସ୍ଥଳ-କୁମ୍ଭୀର ଓ ଏଣ୍ତୁଅ ଓ ବାଲିଏଣ୍ତୁଅ ଓ ବହୁରୂପା ।
ଲେବୀୟ ପୁସ୍ତକ 11 : 31 (ORV)
ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
ଲେବୀୟ ପୁସ୍ତକ 11 : 32 (ORV)
ସେମାନଙ୍କ ମଧ୍ୟରୁ କୌଣସି ମଡ଼ା କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର କି ବସ୍ତ୍ର କି ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ ।
ଲେବୀୟ ପୁସ୍ତକ 11 : 33 (ORV)
ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ ।
ଲେବୀୟ ପୁସ୍ତକ 11 : 34 (ORV)
ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ ।
ଲେବୀୟ ପୁସ୍ତକ 11 : 35 (ORV)
ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ହାଣ୍ତିଟାଙ୍ଗରା ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ ।
ଲେବୀୟ ପୁସ୍ତକ 11 : 36 (ORV)
ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଏଁ, ସେ ଅଶୁଚି ହେବ ।
ଲେବୀୟ ପୁସ୍ତକ 11 : 37 (ORV)
ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ ।
ଲେବୀୟ ପୁସ୍ତକ 11 : 38 (ORV)
ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ ।
ଲେବୀୟ ପୁସ୍ତକ 11 : 39 (ORV)
ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
ଲେବୀୟ ପୁସ୍ତକ 11 : 40 (ORV)
ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
ଲେବୀୟ ପୁସ୍ତକ 11 : 41 (ORV)
ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ ।
ଲେବୀୟ ପୁସ୍ତକ 11 : 42 (ORV)
ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ ।
ଲେବୀୟ ପୁସ୍ତକ 11 : 43 (ORV)
ତୁମ୍ଭେମାନେ ଏହି ସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ଵାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ।
ଲେବୀୟ ପୁସ୍ତକ 11 : 44 (ORV)
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ଆମ୍ଭେ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ।
ଲେବୀୟ ପୁସ୍ତକ 11 : 45 (ORV)
କାରଣ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ଆମ୍ଭେ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ପବିତ୍ର ଅଟୁ ।
ଲେବୀୟ ପୁସ୍ତକ 11 : 46 (ORV)
ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପ୍ରାଣୀମାନଙ୍କ ପ୍ରଭେଦ ଜଣାଇବା ପାଇଁ,
ଲେବୀୟ ପୁସ୍ତକ 11 : 47 (ORV)
ପଶୁ, ପକ୍ଷୀ, ଜଳଚର ଜୀବ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47

BG:

Opacity:

Color:


Size:


Font: