ଲେବୀୟ ପୁସ୍ତକ 14 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 14 : 2 (ORV)
କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
ଲେବୀୟ ପୁସ୍ତକ 14 : 3 (ORV)
ତହୁଁ ଯାଜକ ଛାଉଣିର ବାହାରକୁ ଯିବ; ପୁଣି ଯାଜକ ଦେଖିବ, ଆଉ ଦେଖ, ଯେବେ କୁଷ୍ଠୀର କୁଷ୍ଠ ରୋଗର ଘାʼ ସୁସ୍ଥ ହୋଇଥାଏ,
ଲେବୀୟ ପୁସ୍ତକ 14 : 4 (ORV)
ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ ଓ ଏରସ କାଠ ଓ ସିନ୍ଦୂରବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ ।
ଲେବୀୟ ପୁସ୍ତକ 14 : 5 (ORV)
ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଜ୍ଞା ଦେବ ।
ଲେବୀୟ ପୁସ୍ତକ 14 : 6 (ORV)
ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକି ଓ ଏରସ କାଠ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକି ଓ ସେହି ସବୁ ଡୁବାଇବ;
ଲେବୀୟ ପୁସ୍ତକ 14 : 7 (ORV)
ପୁଣି ସେ କୁଷ୍ଠରୁ ଶୋଧନୀୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକି କ୍ଷେତ୍ର ଆଡ଼େ ଛାଡ଼ିଦେବ ।
ଲେବୀୟ ପୁସ୍ତକ 14 : 8 (ORV)
ତହୁଁ ସେହି ଶୋଧନୀୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ଵୁର ବାହାରେ ରହିବ ।
ଲେବୀୟ ପୁସ୍ତକ 14 : 9 (ORV)
ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ ।
ଲେବୀୟ ପୁସ୍ତକ 14 : 10 (ORV)
ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁ; ମେଷବତ୍ସ ଓ ଏକବର୍ଷୀୟା ଏକ ନିଖୁ; ମେଷବତ୍ସା ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ ।
ଲେବୀୟ ପୁସ୍ତକ 14 : 11 (ORV)
ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
ଲେବୀୟ ପୁସ୍ତକ 14 : 12 (ORV)
ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ ।
ଲେବୀୟ ପୁସ୍ତକ 14 : 13 (ORV)
ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର।
ଲେବୀୟ ପୁସ୍ତକ 14 : 14 (ORV)
ଏଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣର ପ୍ରାନ୍ତରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;
ଲେବୀୟ ପୁସ୍ତକ 14 : 15 (ORV)
ଆଉ, ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;
ଲେବୀୟ ପୁସ୍ତକ 14 : 16 (ORV)
ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଦକ୍ଷିଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ଵାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
ଲେବୀୟ ପୁସ୍ତକ 14 : 17 (ORV)
ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ-ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;
ଲେବୀୟ ପୁସ୍ତକ 14 : 18 (ORV)
ଏଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୋଧନୀୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ ।
ଲେବୀୟ ପୁସ୍ତକ 14 : 19 (ORV)
ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ ।
ଲେବୀୟ ପୁସ୍ତକ 14 : 20 (ORV)
ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ ।
ଲେବୀୟ ପୁସ୍ତକ 14 : 21 (ORV)
ଆଉ, ଯେବେ ସେ ଦରିଦ୍ର ଓ ଏତେ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;
ଲେବୀୟ ପୁସ୍ତକ 14 : 22 (ORV)
ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ ।
ଲେବୀୟ ପୁସ୍ତକ 14 : 23 (ORV)
ଆଉ, ଅଷ୍ଟମ ଦିନରେ ସେ ଆପଣା ଶୌଚ ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ ।
ଲେବୀୟ ପୁସ୍ତକ 14 : 24 (ORV)
ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ;
ଲେବୀୟ ପୁସ୍ତକ 14 : 25 (ORV)
ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳିରେ ଲଗାଇବ;
ଲେବୀୟ ପୁସ୍ତକ 14 : 26 (ORV)
ତହିଁ ଉତ୍ତାରେ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ-ପାପୁଲିରେ ଢାଳିବ;
ଲେବୀୟ ପୁସ୍ତକ 14 : 27 (ORV)
ଆଉ, ଯାଜକ ଆପଣା ଦକ୍ଷିଣ ଅଙ୍ଗୁଳି ଦ୍ଵାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;
ଲେବୀୟ ପୁସ୍ତକ 14 : 28 (ORV)
ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ-ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ ।
ଲେବୀୟ ପୁସ୍ତକ 14 : 29 (ORV)
ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ ।
ଲେବୀୟ ପୁସ୍ତକ 14 : 30 (ORV)
ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;
ଲେବୀୟ ପୁସ୍ତକ 14 : 31 (ORV)
ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ-ନୈବେଦ୍ୟ ସହିତ ଗୋଟିକି ପାପାର୍ଥକ ବଳି ରୂପେ ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ ।
ଲେବୀୟ ପୁସ୍ତକ 14 : 32 (ORV)
ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣା ଶୌଚ ସମ୍ଵନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା ।
ଲେବୀୟ ପୁସ୍ତକ 14 : 33 (ORV)
ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
ଲେବୀୟ ପୁସ୍ତକ 14 : 34 (ORV)
ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;
ଲେବୀୟ ପୁସ୍ତକ 14 : 35 (ORV)
ତେବେ ସେହି ଗୃହସ୍ଵାମୀ ଯାଜକ ନିକଟକୁ ଆସି କହିବ, ଯଥା, ମୋʼ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;
ଲେବୀୟ ପୁସ୍ତକ 14 : 36 (ORV)
ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରୁ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ ।
ଲେବୀୟ ପୁସ୍ତକ 14 : 37 (ORV)
ପୁଣି, ସେ ସେହି ଦାଗ ଦେଖିବ, ଆଉ ଦେଖ, ଯେବେ ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ କିଞ୍ଚିତ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,
ଲେବୀୟ ପୁସ୍ତକ 14 : 38 (ORV)
ତେବେ ଯାଜକ ଗୃହରୁ ବାହାର ହୋଇ ଦ୍ଵାର ନିକଟକୁ ଯିବ ଓ ସେହି ଗୃହକୁ ସାତ ଦିନ ରୁଦ୍ଧ କରି ରଖିବ ।
ଲେବୀୟ ପୁସ୍ତକ 14 : 39 (ORV)
ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ଆଉ ଦେଖ, ଯେବେ ଗୃହ-କାନ୍ଥରେ ସେହି ଦାଗ ବଢ଼ିଥାଏ,
ଲେବୀୟ ପୁସ୍ତକ 14 : 40 (ORV)
ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ ।
ଲେବୀୟ ପୁସ୍ତକ 14 : 41 (ORV)
ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ ।
ଲେବୀୟ ପୁସ୍ତକ 14 : 42 (ORV)
ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ ।
ଲେବୀୟ ପୁସ୍ତକ 14 : 43 (ORV)
ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ,
ଲେବୀୟ ପୁସ୍ତକ 14 : 44 (ORV)
ତେବେ ଯାଜକ ଆସି ଦେଖିବ, ଆଉ ଦେଖ, ଯେବେ ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠ ଅଛି; ତାହା ଅଶୁଚି ଅଟେ ।
ଲେବୀୟ ପୁସ୍ତକ 14 : 45 (ORV)
ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବହି ନେଇଯିବ ।
ଲେବୀୟ ପୁସ୍ତକ 14 : 46 (ORV)
ଆହୁରି, ସେହି ଗୃହ ରୁଦ୍ଧ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ ।
ଲେବୀୟ ପୁସ୍ତକ 14 : 47 (ORV)
ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ ।
ଲେବୀୟ ପୁସ୍ତକ 14 : 48 (ORV)
ଆଉ, ଯାଜକ ଆସି ଦେଖନ୍ତେ, ଯେବେ ଦେଖ, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଗଲା ।
ଲେବୀୟ ପୁସ୍ତକ 14 : 49 (ORV)
ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ ଓ ଏରସ କାଠ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;
ଲେବୀୟ ପୁସ୍ତକ 14 : 50 (ORV)
ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବ;
ଲେବୀୟ ପୁସ୍ତକ 14 : 51 (ORV)
ତହୁଁ ସେ ସେହି ଏରସ କାଠ ଓ ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକି ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ ।
ଲେବୀୟ ପୁସ୍ତକ 14 : 52 (ORV)
ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ଵାରା ଓ ସ୍ରୋତଜଳ ଦ୍ଵାରା ଓ ଜୀଅନ୍ତା ପକ୍ଷୀ ଦ୍ଵାରା ଓ ଏରସ କାଠ ଦ୍ଵାରା ଓ ଏସୋବ ଦ୍ଵାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ଵାରା ସେହି ଗୃହକୁ ଶୁଚି କରିବ ।
ଲେବୀୟ ପୁସ୍ତକ 14 : 53 (ORV)
ମାତ୍ର ସେ ଜୀଅନ୍ତା ପକ୍ଷୀକି ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ ।
ଲେବୀୟ ପୁସ୍ତକ 14 : 54 (ORV)
କୁଷ୍ଠ ରୋଗର ସର୍ବପ୍ରକାର ଘାଆ ଓ ଛଉର ଏହି ବ୍ୟବସ୍ଥା;
ଲେବୀୟ ପୁସ୍ତକ 14 : 55 (ORV)
ପୁଣି, ବସ୍ତ୍ରସ୍ଥିତ ଓ ଗୃହସ୍ଥିତ କୁଷ୍ଠ;
ଲେବୀୟ ପୁସ୍ତକ 14 : 56 (ORV)
ଆଉ, ଫୁଲା ଓ ପାମା ଓ ଚିକ୍କଣ ଚିହ୍ନ,
ଲେବୀୟ ପୁସ୍ତକ 14 : 57 (ORV)
ଏହି ସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠ ରୋଗର ଏହି ବ୍ୟବସ୍ଥା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57

BG:

Opacity:

Color:


Size:


Font: