ଲେବୀୟ ପୁସ୍ତକ 21 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ହାରୋଣର ପୁତ୍ର ଯାଜକଗଣକୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ ।
ଲେବୀୟ ପୁସ୍ତକ 21 : 2 (ORV)
କେବଳ ଆପଣାର ନିକଟଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା ଓ ଆପଣା ପୁତ୍ର ଓ ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ ।
ଲେବୀୟ ପୁସ୍ତକ 21 : 3 (ORV)
ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ଵାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରିପାରିବ ।
ଲେବୀୟ ପୁସ୍ତକ 21 : 4 (ORV)
ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ଵାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ ।
ଲେବୀୟ ପୁସ୍ତକ 21 : 5 (ORV)
ସେମାନେ ଆପଣା ଆପଣା ମସ୍ତକ ମୁଣ୍ତନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ ।
ଲେବୀୟ ପୁସ୍ତକ 21 : 6 (ORV)
ସେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ଵରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେଣେ।
ଲେବୀୟ ପୁସ୍ତକ 21 : 7 (ORV)
ସେମାନେ ବେଶ୍ୟାକୁ ଅବା କଳଙ୍କିନୀକି ବିବାହ କରିବେ ନାହିଁ ଓ ସ୍ଵାମୀତ୍ୟକ୍ତା ସ୍ତ୍ରୀକି ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ।
ଲେବୀୟ ପୁସ୍ତକ 21 : 8 (ORV)
ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରଇ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ ।
ଲେବୀୟ ପୁସ୍ତକ 21 : 9 (ORV)
ଆଉ କୌଣସି ଯାଜକର କନ୍ୟା ଯେବେ ବ୍ୟଭିଚାରକ୍ରିୟା ଦ୍ଵାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ ।
ଲେବୀୟ ପୁସ୍ତକ 21 : 10 (ORV)
ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ;
ଲେବୀୟ ପୁସ୍ତକ 21 : 11 (ORV)
କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ;
ଲେବୀୟ ପୁସ୍ତକ 21 : 12 (ORV)
ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ଵରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ଵରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ ।
ଲେବୀୟ ପୁସ୍ତକ 21 : 13 (ORV)
ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ ।
ଲେବୀୟ ପୁସ୍ତକ 21 : 14 (ORV)
ବିଧବା କି ତ୍ୟକ୍ତା କି କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ ।
ଲେବୀୟ ପୁସ୍ତକ 21 : 15 (ORV)
ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ ।
ଲେବୀୟ ପୁସ୍ତକ 21 : 16 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 21 : 17 (ORV)
ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ଵରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ ।
ଲେବୀୟ ପୁସ୍ତକ 21 : 18 (ORV)
ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, କି ଛୋଟା, କି ଯାହାର ନାକ ବିକୃତ, କି ଅଧିକାଙ୍ଗ,
ଲେବୀୟ ପୁସ୍ତକ 21 : 19 (ORV)
କି ଭଗ୍ନପଦ, କି ଭଗ୍ନହସ୍ତ,
ଲେବୀୟ ପୁସ୍ତକ 21 : 20 (ORV)
କି କୁଜା, କି ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, କି ଜାଦୁ ରୋଗୀ, କି କାଛୁ ରୋଗୀ, କି ଭଗ୍ନକୋଷ;
ଲେବୀୟ ପୁସ୍ତକ 21 : 21 (ORV)
ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ ।
ଲେବୀୟ ପୁସ୍ତକ 21 : 22 (ORV)
ସେ ଆପଣା ପରମେଶ୍ଵରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ ।
ଲେବୀୟ ପୁସ୍ତକ 21 : 23 (ORV)
ମାତ୍ର ବିଚ୍ଛେଦ-ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ । ଣ
ଲେବୀୟ ପୁସ୍ତକ 21 : 24 (ORV)
ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣକୁ ଓ ସମସ୍ତ ଇସ୍ରାଏଲ-ସନ୍ତାନମାନଙ୍କୁ ଏହି କଥା କହିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: