ଲେବୀୟ ପୁସ୍ତକ 23 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 23 : 2 (ORV)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି ।
ଲେବୀୟ ପୁସ୍ତକ 23 : 3 (ORV)
ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହାବିଶ୍ରାମ, ଅର୍ଥାତ୍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ ।
ଲେବୀୟ ପୁସ୍ତକ 23 : 4 (ORV)
ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି ।
ଲେବୀୟ ପୁସ୍ତକ 23 : 5 (ORV)
ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ ।
ଲେବୀୟ ପୁସ୍ତକ 23 : 6 (ORV)
ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୋଟୀର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ ।
ଲେବୀୟ ପୁସ୍ତକ 23 : 7 (ORV)
ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
ଲେବୀୟ ପୁସ୍ତକ 23 : 8 (ORV)
ମାତ୍ର ତୁମ୍ଭେମାନେ ସାତ ଦିନଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
ଲେବୀୟ ପୁସ୍ତକ 23 : 9 (ORV)
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 23 : 10 (ORV)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ ।
ଲେବୀୟ ପୁସ୍ତକ 23 : 11 (ORV)
ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ ।
ଲେବୀୟ ପୁସ୍ତକ 23 : 12 (ORV)
ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁଣ ଏକ ମେଷବତ୍ସ ଉତ୍ସର୍ଗ କରିବ ।
ଲେବୀୟ ପୁସ୍ତକ 23 : 13 (ORV)
ପୁଣି, ଐଫାର ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ-ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ ।
ଲେବୀୟ ପୁସ୍ତକ 23 : 14 (ORV)
ପୁଣି, ତୁମ୍ଭେମାନେ ଯେଉଁ ଦିନଯାଏ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣିନାହଁ, ସେହି ଦିନଯାଏ ତୁମ୍ଭେମାନେ ରୋଟୀ କି ଭଜାଶସ୍ୟ କି ଛିଣ୍ତା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ ।
ଲେବୀୟ ପୁସ୍ତକ 23 : 15 (ORV)
ଅନନ୍ତର ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ ।
ଲେବୀୟ ପୁସ୍ତକ 23 : 16 (ORV)
ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିବସଯାଏ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କରିବ ।
ଲେବୀୟ ପୁସ୍ତକ 23 : 17 (ORV)
ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ହେବ ।
ଲେବୀୟ ପୁସ୍ତକ 23 : 18 (ORV)
ପୁଣି, ତୁମ୍ଭେମାନେ ସେହି ରୋଟୀ ସହିତ ପ୍ରଥମବର୍ଷୀୟ ନିଖୁଣ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
ଲେବୀୟ ପୁସ୍ତକ 23 : 19 (ORV)
ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ ।
ଲେବୀୟ ପୁସ୍ତକ 23 : 20 (ORV)
ପୁଣି, ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଓ ଦୁଇ ମେଷବତ୍ସ ସହିତ ତାହା ସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ।
ଲେବୀୟ ପୁସ୍ତକ 23 : 21 (ORV)
ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ।
ଲେବୀୟ ପୁସ୍ତକ 23 : 22 (ORV)
ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ପତିତ ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
ଲେବୀୟ ପୁସ୍ତକ 23 : 23 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 23 : 24 (ORV)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍, ତୂରୀଧ୍ଵନି ଦ୍ଵାରା ସ୍ମରଣାର୍ଥକ ପବିତ୍ର ସଭା ହେବ ।
ଲେବୀୟ ପୁସ୍ତକ 23 : 25 (ORV)
ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ ।
ଲେବୀୟ ପୁସ୍ତକ 23 : 26 (ORV)
ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 23 : 27 (ORV)
ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ ।
ଲେବୀୟ ପୁସ୍ତକ 23 : 28 (ORV)
ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ ।
ଲେବୀୟ ପୁସ୍ତକ 23 : 29 (ORV)
ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଳେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
ଲେବୀୟ ପୁସ୍ତକ 23 : 30 (ORV)
ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକି ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା ।
ଲେବୀୟ ପୁସ୍ତକ 23 : 31 (ORV)
ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁ-କ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ।
ଲେବୀୟ ପୁସ୍ତକ 23 : 32 (ORV)
ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ ।
ଲେବୀୟ ପୁସ୍ତକ 23 : 33 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 23 : 34 (ORV)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର-ପର୍ବ ହେବ ।
ଲେବୀୟ ପୁସ୍ତକ 23 : 35 (ORV)
ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
ଲେବୀୟ ପୁସ୍ତକ 23 : 36 (ORV)
ସାତ ଦିନଯାଏ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ ।
ଲେବୀୟ ପୁସ୍ତକ 23 : 37 (ORV)
ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଓ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଓ ବଳି ଓ ପେୟନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ;
ଲେବୀୟ ପୁସ୍ତକ 23 : 38 (ORV)
ସଦାପ୍ରଭୁଙ୍କ ବିଶ୍ରାମ ଦିନ ଛଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାହା ତୁମ୍ଭେମାନେ ଦିଅ, ତୁମ୍ଭମାନଙ୍କର ସେହି ସକଳ ଦାନ ଓ ତୁମ୍ଭମାନଙ୍କ ସକଳ ମାନତ ଓ ତୁମ୍ଭମାନଙ୍କ ସ୍ଵେଚ୍ଛାଦତ୍ତ ସକଳ ନୈବେଦ୍ୟ ସହିତ ଏହା କରିବ ।
ଲେବୀୟ ପୁସ୍ତକ 23 : 39 (ORV)
ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହାବିଶ୍ରାମ ହେବ ।
ଲେବୀୟ ପୁସ୍ତକ 23 : 40 (ORV)
ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ ଓ ଖର୍ଜ୍ଜୁର-ବାହୁଙ୍ଗା ଓ ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇସୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ ।
ଲେବୀୟ ପୁସ୍ତକ 23 : 41 (ORV)
ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ ।
ଲେବୀୟ ପୁସ୍ତକ 23 : 42 (ORV)
ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ-ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ ।
ଲେବୀୟ ପୁସ୍ତକ 23 : 43 (ORV)
ତହିଁରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟଦ୍-ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
ଲେବୀୟ ପୁସ୍ତକ 23 : 44 (ORV)
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କର ସ୍ଥାପିତ ସମସ୍ତ ପର୍ବର କଥା କହିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44

BG:

Opacity:

Color:


Size:


Font: