ଲେବୀୟ ପୁସ୍ତକ 6 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 6 : 2 (ORV)
କେହି ଯେବେ ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରେ, ଅର୍ଥାତ୍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
ଲେବୀୟ ପୁସ୍ତକ 6 : 3 (ORV)
କିଅବା ହଜାଦ୍ରବ୍ୟ ପାଇ ତଦ୍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;
ଲେବୀୟ ପୁସ୍ତକ 6 : 4 (ORV)
ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ଵାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,
ଲେବୀୟ ପୁସ୍ତକ 6 : 5 (ORV)
ଅବା ଯେକୌଣସି ବିଷୟରେ ମିଥ୍ୟା-ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ଦ୍ରବ୍ୟ-ସ୍ଵାମୀକି ତାହା ଦେବ ।
ଲେବୀୟ ପୁସ୍ତକ 6 : 6 (ORV)
ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟାନୁସାରେ ପଲରୁ ଏକ ନିଖୁ; ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ ।
ଲେବୀୟ ପୁସ୍ତକ 6 : 7 (ORV)
ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ଵାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ ।
ଲେବୀୟ ପୁସ୍ତକ 6 : 8 (ORV)
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 6 : 9 (ORV)
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ଵଳିତ ରହିବ ।
ଲେବୀୟ ପୁସ୍ତକ 6 : 10 (ORV)
ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନି-ଦଗ୍ଧ ହୋମବଳିର ଭସ୍ମ ତୋଳି ବେଦି ପାର୍ଶ୍ଵରେରଖିବ ।
ଲେବୀୟ ପୁସ୍ତକ 6 : 11 (ORV)
ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇ ଯିବ ।
ଲେବୀୟ ପୁସ୍ତକ 6 : 12 (ORV)
ମାତ୍ର ବେଦିର ଉପରିସ୍ଥିତ ଅଗ୍ନି ସର୍ବଦା ପ୍ରଜ୍ଵଳିତ ରହିବ, ତାହା ନିର୍ବାଣ ହେବ ନାହିଁ; ଯାଜକ ପ୍ରତି ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ ।
ଲେବୀୟ ପୁସ୍ତକ 6 : 13 (ORV)
ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ଵଳିତ ରହିବ, କଦାପି ନିର୍ବାଣ ହେବ ନାହିଁ ।
ଲେବୀୟ ପୁସ୍ତକ 6 : 14 (ORV)
ଆଉ ଭକ୍ଷ୍ୟ-ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ ।
ଲେବୀୟ ପୁସ୍ତକ 6 : 15 (ORV)
ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ-ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ-ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ ।
ଲେବୀୟ ପୁସ୍ତକ 6 : 16 (ORV)
ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ଵୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ ।
ଲେବୀୟ ପୁସ୍ତକ 6 : 17 (ORV)
ତାଡ଼ି ସହିତ ତାହା ପାକ କରାଯିବ ନାହିଁ । ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର ।
ଲେବୀୟ ପୁସ୍ତକ 6 : 18 (ORV)
ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା, ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର । ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ ।
ଲେବୀୟ ପୁସ୍ତକ 6 : 19 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 6 : 20 (ORV)
ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ ।
ଲେବୀୟ ପୁସ୍ତକ 6 : 21 (ORV)
ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ସିକ୍ତ ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ସେହି ଭକ୍ଷ୍ୟ-ନୈବେଦ୍ୟର ଖଣ୍ତ ଖଣ୍ତ ପକ୍ଵାନ୍ନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
ଲେବୀୟ ପୁସ୍ତକ 6 : 22 (ORV)
ଏଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ ।
ଲେବୀୟ ପୁସ୍ତକ 6 : 23 (ORV)
ଅର୍ଥାତ୍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ ।
ଲେବୀୟ ପୁସ୍ତକ 6 : 24 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 6 : 25 (ORV)
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର ।
ଲେବୀୟ ପୁସ୍ତକ 6 : 26 (ORV)
ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ଵୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ ।
ଲେବୀୟ ପୁସ୍ତକ 6 : 27 (ORV)
ଯେ କିଛି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯେବେ କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ ।
ଲେବୀୟ ପୁସ୍ତକ 6 : 28 (ORV)
ମାତ୍ର ଯେଉଁ ମୃତ୍ତିକାପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗା ଯିବ; ଯେବେ ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜା ଯିବ ଓ ଜଳରେ ପରିଷ୍କୃତ ହେବ ।
ଲେବୀୟ ପୁସ୍ତକ 6 : 29 (ORV)
ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର ।
ଲେବୀୟ ପୁସ୍ତକ 6 : 30 (ORV)
ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ଵୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: