ଗଣନା ପୁସ୍ତକ 10 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 10 : 2 (ORV)
ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ତଳୀକି ଆହ୍ଵାନ କରିବା ବେଳେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ବେଳେ ତାହା ବ୍ୟବହାର କରିବ ।
ଗଣନା ପୁସ୍ତକ 10 : 3 (ORV)
ପୁଣି ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ତଳୀ ସମାଗମ-ତମ୍ଵୁ ଦ୍ଵାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ ।
ଗଣନା ପୁସ୍ତକ 10 : 4 (ORV)
ଆଉ ଯେବେ ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ ।
ଗଣନା ପୁସ୍ତକ 10 : 5 (ORV)
ପୁଣି ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ ।
ଗଣନା ପୁସ୍ତକ 10 : 6 (ORV)
ପୁଣି ତୁମ୍ଭେମାନେ ଦ୍ଵିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ ।
ଗଣନା ପୁସ୍ତକ 10 : 7 (ORV)
ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
ଗଣନା ପୁସ୍ତକ 10 : 8 (ORV)
ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ ।
ଗଣନା ପୁସ୍ତକ 10 : 9 (ORV)
ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ ।
ଗଣନା ପୁସ୍ତକ 10 : 10 (ORV)
ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
ଗଣନା ପୁସ୍ତକ 10 : 11 (ORV)
ଆଉ ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା ।
ଗଣନା ପୁସ୍ତକ 10 : 12 (ORV)
ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା ।
ଗଣନା ପୁସ୍ତକ 10 : 13 (ORV)
ଆଉ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ ।
ଗଣନା ପୁସ୍ତକ 10 : 14 (ORV)
ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 15 (ORV)
ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 16 (ORV)
ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 17 (ORV)
ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବହି ଅଗ୍ରସର ହେଲେ ।
ଗଣନା ପୁସ୍ତକ 10 : 18 (ORV)
ତହୁଁ ରୁବେନ-ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 19 (ORV)
ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 20 (ORV)
ଆଉ ଦ୍ୟୁୟେଲର ପୁତ୍ର ଇଲୀୟାସଫ୍ ଗାଦ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 21 (ORV)
ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବହି ଅଗ୍ରସର ହେଲେ; ପୁଣି ସେମାନଙ୍କ ପହୁଞ୍ଚିବା ସମୟକୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ ।
ଗଣନା ପୁସ୍ତକ 10 : 22 (ORV)
ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 23 (ORV)
ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 24 (ORV)
ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 25 (ORV)
ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 26 (ORV)
ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 27 (ORV)
ପୁଣି ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
ଗଣନା ପୁସ୍ତକ 10 : 28 (ORV)
ଏହିରୂପେ ଇସ୍ରାଏଲ ସନ୍ତାନଗଣର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ ।
ଗଣନା ପୁସ୍ତକ 10 : 29 (ORV)
ଅନନ୍ତର ମୋଶା ଆପଣା ଶ୍ଵଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବକୁ କହିଲେ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି ।
ଗଣନା ପୁସ୍ତକ 10 : 30 (ORV)
ତହୁଁ ସେ କହିଲା, ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି ।
ଗଣନା ପୁସ୍ତକ 10 : 31 (ORV)
ତେବେ ମୋଶା କହିଲେ, ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ ।
ଗଣନା ପୁସ୍ତକ 10 : 32 (ORV)
ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ ।
ଗଣନା ପୁସ୍ତକ 10 : 33 (ORV)
ଏ ଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ଵେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା ।
ଗଣନା ପୁସ୍ତକ 10 : 34 (ORV)
ପୁଣି ସେମାନେ ଛାଉଣିରୁ ଯାତ୍ରା କରିବା ବେଳେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା ।
ଗଣନା ପୁସ୍ତକ 10 : 35 (ORV)
ପୁଣି ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, ସଦାପ୍ରଭୋ, ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ ।
ଗଣନା ପୁସ୍ତକ 10 : 36 (ORV)
ଆଉ ତାହା ବିଶ୍ରାମ କରିବା ବେଳେ ସେ କହନ୍ତି, ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36

BG:

Opacity:

Color:


Size:


Font: