ଗଣନା ପୁସ୍ତକ 13 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 13 : 2 (ORV)
ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ ।
ଗଣନା ପୁସ୍ତକ 13 : 3 (ORV)
ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ ।
ଗଣନା ପୁସ୍ତକ 13 : 4 (ORV)
ସେମାନଙ୍କର ନାମ ଏହି - ରୁବେନ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
ଗଣନା ପୁସ୍ତକ 13 : 5 (ORV)
ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;
ଗଣନା ପୁସ୍ତକ 13 : 6 (ORV)
ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;
ଗଣନା ପୁସ୍ତକ 13 : 7 (ORV)
ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;
ଗଣନା ପୁସ୍ତକ 13 : 8 (ORV)
ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;
ଗଣନା ପୁସ୍ତକ 13 : 9 (ORV)
ବିନ୍ୟାମିନ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି;
ଗଣନା ପୁସ୍ତକ 13 : 10 (ORV)
ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;
ଗଣନା ପୁସ୍ତକ 13 : 11 (ORV)
ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;
ଗଣନା ପୁସ୍ତକ 13 : 12 (ORV)
ଦାନ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ;
ଗଣନା ପୁସ୍ତକ 13 : 13 (ORV)
ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;
ଗଣନା ପୁସ୍ତକ 13 : 14 (ORV)
ନପ୍ତାଲି ବଂଶ ମଧ୍ୟରୁ ବପ୍ସିର ପୁତ୍ର ନହବି;
ଗଣନା ପୁସ୍ତକ 13 : 15 (ORV)
ଗାଦ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ ।
ଗଣନା ପୁସ୍ତକ 13 : 16 (ORV)
ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ ।
ଗଣନା ପୁସ୍ତକ 13 : 17 (ORV)
ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;
ଗଣନା ପୁସ୍ତକ 13 : 18 (ORV)
ପୁଣି ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
ଗଣନା ପୁସ୍ତକ 13 : 19 (ORV)
ପୁଣି ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେ ଯେ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ଵୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;
ଗଣନା ପୁସ୍ତକ 13 : 20 (ORV)
ପୁଣି ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ । ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ । ସେହି ସମୟରେ ପ୍ରଥମ ପକ୍ଵ ଦ୍ରାକ୍ଷାଫଳର ସମୟ ଥିଲା ।
ଗଣନା ପୁସ୍ତକ 13 : 21 (ORV)
ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତରପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ ।
ଗଣନା ପୁସ୍ତକ 13 : 22 (ORV)
ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍ ଓ ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ । ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା ।
ଗଣନା ପୁସ୍ତକ 13 : 23 (ORV)
ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ତା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ଵ ଓ ଡିମିରି ଫଳ ମଧ୍ୟ ଆଣିଲେ ।
ଗଣନା ପୁସ୍ତକ 13 : 24 (ORV)
ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ତା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ତା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା ।
ଗଣନା ପୁସ୍ତକ 13 : 25 (ORV)
ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ ।
ଗଣନା ପୁସ୍ତକ 13 : 26 (ORV)
ଅନନ୍ତର ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ ।
ଗଣନା ପୁସ୍ତକ 13 : 27 (ORV)
ପୁଣି ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧମଧୁପ୍ରବାହୀ ପ୍ରମାଣ ଓ ଏହା ତହିଁର ଫଳ ।
ଗଣନା ପୁସ୍ତକ 13 : 28 (ORV)
ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ ।
ଗଣନା ପୁସ୍ତକ 13 : 29 (ORV)
ଦକ୍ଷିଣ ଦେଶରେ ଅମାଲେକ ବାସ କରେ; ପୁଣି ପର୍ବତରେ ହିତ୍ତୀୟ ଓ ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।
ଗଣନା ପୁସ୍ତକ 13 : 30 (ORV)
ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷା; କରି କହିଲେ, ଆସ, ଆମ୍ଭେମାନେ ଏକାବେଳକେ ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି ।
ଗଣନା ପୁସ୍ତକ 13 : 31 (ORV)
ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କ-ଠାରୁ ବଳବାନ ।
ଗଣନା ପୁସ୍ତକ 13 : 32 (ORV)
ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ଵନିବାସୀମାନଙ୍କୁ ଗ୍ରାସ କରେ, ପୁଣି ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା ।
ଗଣନା ପୁସ୍ତକ 13 : 33 (ORV)
ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: