ଗଣନା ପୁସ୍ତକ 16 : 1 (ORV)
ଅନନ୍ତର ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍ହରର ପୁତ୍ର କୋରହ, ପୁଣି ରୁବେନର ସନ୍ତାନଗଣ ମଧ୍ୟରୁ ଇଲୀୟାବର ପୁତ୍ର ଦାଥନ୍ ଓ ଅବୀରାମ ଓ ପେଲତର ପୁତ୍ର ଓନ୍, ଦଳ ବାନ୍ଧିଲେ;
ଗଣନା ପୁସ୍ତକ 16 : 2 (ORV)
ପୁଣି ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମ; ଓ ସମାଜକୁ ଆହୂତ ମଣ୍ତଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ସାକ୍ଷାତରେ ଉଠିଲେ ।
ଗଣନା ପୁସ୍ତକ 16 : 3 (ORV)
ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ତଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, କିହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?
ଗଣନା ପୁସ୍ତକ 16 : 4 (ORV)
ତହୁଁ ମୋଶା ତାହା ଶୁଣି ମୁହଁମାଡ଼ି ପଡ଼ିଲେ;
ଗଣନା ପୁସ୍ତକ 16 : 5 (ORV)
ପୁଣି ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି ସେ ତାହାକୁ ଆପଣା ନିକଟକୁ ଅଣାଇବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଅଣାଇବେ ।
ଗଣନା ପୁସ୍ତକ 16 : 6 (ORV)
ତେବେ ଏହା କର; ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
ଗଣନା ପୁସ୍ତକ 16 : 7 (ORV)
ପୁଣି କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକି ମନୋନୀତ କରିବେ, ସେହି ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି ।
ଗଣନା ପୁସ୍ତକ 16 : 8 (ORV)
ଆଉ ମୋଶା କୋରହକୁ କହିଲେ, ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ ।
ଗଣନା ପୁସ୍ତକ 16 : 9 (ORV)
ଇସ୍ରାଏଲଙ୍କର ପରମେଶ୍ଵର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,
ଗଣନା ପୁସ୍ତକ 16 : 10 (ORV)
ପୁଣି ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ଵର ଚେଷ୍ଟା କରୁଅଛ?
ଗଣନା ପୁସ୍ତକ 16 : 11 (ORV)
ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?
ଗଣନା ପୁସ୍ତକ 16 : 12 (ORV)
ତହିଁରେ ମୋଶା ଇଲୀୟାବର ପୁତ୍ର ଦାଥନକୁ ଓ ଅବୀରାମକୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଯିବା ନାହିଁ ।
ଗଣନା ପୁସ୍ତକ 16 : 13 (ORV)
ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ ।
ଗଣନା ପୁସ୍ତକ 16 : 14 (ORV)
ତାହା ଛଡ଼ା ତୁମ୍ଭେ ଦୁଗ୍ଧମଧୁପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏସମସ୍ତ ଲୋକଙ୍କର ଆକ୍ଷି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ ।
ଗଣନା ପୁସ୍ତକ 16 : 15 (ORV)
ତହିଁରେ ମୋଶା ଅତିଶୟ ଜ୍ଵଳି ଉଠିଲେ, ପୁଣି ସେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ ।
ଗଣନା ପୁସ୍ତକ 16 : 16 (ORV)
ତେବେ ମୋଶା କୋରହକୁ କହିଲେ, କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ତଳୀ, ତୁମ୍ଭେ ଓ ସେମାନେ, ପୁଣି ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
ଗଣନା ପୁସ୍ତକ 16 : 17 (ORV)
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ ।
ଗଣନା ପୁସ୍ତକ 16 : 18 (ORV)
ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ଵୁ ଦ୍ଵାର ନିକଟରେ ଠିଆ ହେଲେ ।
ଗଣନା ପୁସ୍ତକ 16 : 19 (ORV)
ପୁଣି କୋରହ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ତଳୀକି ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା ।
ଗଣନା ପୁସ୍ତକ 16 : 20 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
ଗଣନା ପୁସ୍ତକ 16 : 21 (ORV)
ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା ।
ଗଣନା ପୁସ୍ତକ 16 : 22 (ORV)
ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, ହେ ପରମେଶ୍ଵର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ଵର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ତଳୀ ଉପରେ କୋପାନ୍ଵିତ ହେବ?
ଗଣନା ପୁସ୍ତକ 16 : 23 (ORV)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 16 : 24 (ORV)
ତୁମ୍ଭେ ମଣ୍ତଳୀକି କୁହ, ତୁମ୍ଭେମାନେ କୋରହର ଓ ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ ।
ଗଣନା ପୁସ୍ତକ 16 : 25 (ORV)
ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍ଗମନ କଲେ ।
ଗଣନା ପୁସ୍ତକ 16 : 26 (ORV)
ତହୁଁ ସେ ମଣ୍ତଳୀକି କହିଲେ, ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ଵୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ ।
ଗଣନା ପୁସ୍ତକ 16 : 27 (ORV)
ଏଥିରେ ସେମାନେ କୋରହର ଓ ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ; ପୁଣି ଦାଥନ ଓ ଅବୀରାମ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ଵୁଦ୍ଵାରରେ ଠିଆ ହୋଇ ରହିଲେ ।
ଗଣନା ପୁସ୍ତକ 16 : 28 (ORV)
ତହୁଁ ମୋଶା କହିଲେ, ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ ।
ଗଣନା ପୁସ୍ତକ 16 : 29 (ORV)
ଯେବେ ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯେବେ ସମସ୍ତ ଲୋକଙ୍କ ଦଣ୍ତ ଅନୁସାରେ ସେମାନଙ୍କ ଉପରେ ଦଣ୍ତ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି ।
ଗଣନା ପୁସ୍ତକ 16 : 30 (ORV)
ମାତ୍ର ସଦାପ୍ରଭୁ ଯେବେ କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ଵ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ ।
ଗଣନା ପୁସ୍ତକ 16 : 31 (ORV)
ଅନନ୍ତର ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
ଗଣନା ପୁସ୍ତକ 16 : 32 (ORV)
ପୁଣି ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ପରିଜନଗଣକୁ ଓ କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା ।
ଗଣନା ପୁସ୍ତକ 16 : 33 (ORV)
ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ ।
ଗଣନା ପୁସ୍ତକ 16 : 34 (ORV)
ପୁଣି ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ ।
ଗଣନା ପୁସ୍ତକ 16 : 35 (ORV)
ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା ।
ଗଣନା ପୁସ୍ତକ 16 : 36 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 16 : 37 (ORV)
ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହିସବୁ ଅଙ୍ଗାରଧାନୀ ବାହାର କରି ନେଉ, ପୁଣି ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହିସବୁ ପବିତ୍ର;
ଗଣନା ପୁସ୍ତକ 16 : 38 (ORV)
ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ତଣି ନିମନ୍ତେ ପିଟାପତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନ ସ୍ଵରୂପ ହେବ ।
ଗଣନା ପୁସ୍ତକ 16 : 39 (ORV)
ତହିଁରେ ସେହି ଦଗ୍ଧ ଲୋକମାନେ ଯେ ଯେ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;
ଗଣନା ପୁସ୍ତକ 16 : 40 (ORV)
ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ତଣି ନିମନ୍ତେ ତାହାସବୁ ପିଟିଲେ ।
ଗଣନା ପୁସ୍ତକ 16 : 41 (ORV)
ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ ।
ଗଣନା ପୁସ୍ତକ 16 : 42 (ORV)
ତହୁଁ ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ବେଳେ ସେମାନେ ସମାଗମ-ତମ୍ଵୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି ।
ଗଣନା ପୁସ୍ତକ 16 : 43 (ORV)
ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ଵୁ ସମ୍ମୁଖକୁ ଆସିଲେ ।
ଗଣନା ପୁସ୍ତକ 16 : 44 (ORV)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 16 : 45 (ORV)
ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ ।
ଗଣନା ପୁସ୍ତକ 16 : 46 (ORV)
ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି ।
ଗଣନା ପୁସ୍ତକ 16 : 47 (ORV)
ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେତେବେଳେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ।
ଗଣନା ପୁସ୍ତକ 16 : 48 (ORV)
ପୁଣି ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ; ତହିଁରେ ମହାମାରୀ ନିବୃତ୍ତ ହେଲା ।
ଗଣନା ପୁସ୍ତକ 16 : 49 (ORV)
ଯେଉଁମାନେ କୋରହର କଥା ହେତୁରୁ ମରିଥିଲେ, ସେମାନଙ୍କ ଛଡ଼ା ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ ।
ଗଣନା ପୁସ୍ତକ 16 : 50 (ORV)
ପୁଣି ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ଵୁ ଦ୍ଵାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50

BG:

Opacity:

Color:


Size:


Font: