ଗଣନା ପୁସ୍ତକ 17 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 17 : 2 (ORV)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ ।
ଗଣନା ପୁସ୍ତକ 17 : 3 (ORV)
ପୁଣି ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ ।
ଗଣନା ପୁସ୍ତକ 17 : 4 (ORV)
ଆଉ ସମାଗମ-ତମ୍ଵୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେସବୁ ରଖିବ ।
ଗଣନା ପୁସ୍ତକ 17 : 5 (ORV)
ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକି ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା ।
ଗଣନା ପୁସ୍ତକ 17 : 6 (ORV)
ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା ।
ଗଣନା ପୁସ୍ତକ 17 : 7 (ORV)
ତହୁଁ ମୋଶା ସାକ୍ଷ୍ୟତମ୍ଵୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ ।
ଗଣନା ପୁସ୍ତକ 17 : 8 (ORV)
ଏଥି ଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ଵୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ଵ ବାଦାମ ଫଳିଲା ।
ଗଣନା ପୁସ୍ତକ 17 : 9 (ORV)
ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ ।
ଗଣନା ପୁସ୍ତକ 17 : 10 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ଵରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ ।
ଗଣନା ପୁସ୍ତକ 17 : 11 (ORV)
ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ ।
ଗଣନା ପୁସ୍ତକ 17 : 12 (ORV)
ଏଥି ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ କହିଲେ, ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ ।
ଗଣନା ପୁସ୍ତକ 17 : 13 (ORV)
ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବାଣ?

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: